ଓଡ଼ିଶାଲାଇଭ୍ ବ୍ୟୁରୋ

ମୌସୁମୀ ପ୍ରଭାବରେ ରାଜ୍ୟରେ ଆସନ୍ତା ୧୭ ତାରିଖ ଯାଏ ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ। ଏଥିପାଇଁ ବିଭିନ୍ନ ଜିଲ୍ଲାକୁ ପାଣିପାଗ ବିଭାଗ ପକ୍ଷରୁ ୱାର୍ଣ୍ଣିଂ ମଧ୍ୟ ଜାରି କରାଯାଇଛି।

ଆସନ୍ତାକାଲି ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି ଓ ନବରଙ୍ଗପୁର ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ ବୋଲି କୁହାଯାଇଛି। ସେହିପରି କଳାହାଣ୍ଡି, କନ୍ଧମାଳ, ଗଞ୍ଜାମ, ପୁରୀ, ନୟାଗଡ଼, ବୌଦ୍ଧ, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ ଓ ଖୋର୍ଦ୍ଧା ଜିଲ୍ଲାରେ ବଜ୍ରପାତ ହେବା ନେଇ ପାଣିପାଗ ବିଭାଗ ଆଗୁଆ ସତର୍କ କରାଇ ଦେଇଛି।BGUଅନ୍ୟପଟେ ୧୪ ତାରିଖରେ ମାଲକାନଗିରି,କୋରାପୁଟ ଓ ନବରଙ୍ଗପୁର ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାକୁ ଥିବାବେଳେ ଏହି ସବୁ ଜିଲ୍ଲାକୁ ଅରେଞ୍ଜ୍ ୱାର୍ଣ୍ଣିଂ ଜାରି କରାଯାଇଛି। ସେହିପରି ରାୟଗଡ଼ା, କଳାହାଣ୍ଡି, ଗଜପତି ଓ ନୂଆପଡ଼ାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

Comment