ଓଡ଼ିଶାଲାଇଭ୍ ବ୍ୟୁରୋ

ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ରାଜ୍ୟରେ ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ। ଏଥିପାଇଁ ୪ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ମଧ୍ୟ ଜାରି କରାଯାଇଛି।

ପାଣିପାଗ ବିଭାଗର ସୂଚନା ଅନୁଯାୟୀ, ଲଘୁଚାପ ପ୍ରଭାବରେ ଦକ୍ଷିଣ ଓଡ଼ିଶା ସମେତ ଉତ୍ତର ଉପକୂଳ ଓ ଆଭ୍ୟନ୍ତରୀଣ ଓଡ଼ିଶାର କିଛି ଜିଲ୍ଲାରେ ବର୍ଷା ହୋଇପାରେ। ଏଥିସହ କିଛି ଅଞ୍ଚଳରେ ବଜ୍ରାପାତ ହେବା ନେଇ ମଧ୍ୟ ସତର୍କ କରାଯାଇଛି।

ମାଲକାନଗିରି, କୋରାପୁଟ, କଳାହାଣ୍ଡି ଓ ରାୟଗଡ଼ା ଜିଲ୍ଲାରେ ପ୍ରବଳ ବର୍ଷାର ସମ୍ଭାବନା ଥିବାରୁ ଏହି ସବୁ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

Comment