ଓଡ଼ିଶାଲାଇଭ୍‌ ବ୍ୟୁରୋ

ବିଜେପି  ରାଜ୍ୟ ସଭାପତି ସମୀର ମହାନ୍ତି କରୋନା ଆକ୍ରାନ୍ତ ହୋଇଛନ୍ତି। ନିଜେ ଟୁଇଟ କରି ସମୀର ଏହି ସୂଚନା ଦେଇଛନ୍ତି। ସ୍ୱାସ୍ଥ୍ୟ ଅବସ୍ଥା ଭଲ ଥିଲେ ବି ଡାକ୍ତରଙ୍କ ପରାମର୍ଶ କ୍ରମେ ଡାକ୍ତରଖାନାରେ ଚିକିତ୍ସାଧୀନ ଅଛନ୍ତି ସମୀର।

ତେବେ ଗତ କିଛି ଦିନ ଭିତରେ ଯେଉଁମାନେ ତାଙ୍କ ସଂସ୍ପର୍ଶରେ ଆସିଛନ୍ତି ସେମାନଙ୍କୁ ସଙ୍ଗରୋଧରେ ରହିବା ସହ ପରୀକ୍ଷା କରାଇନେବାକୁ ସେ ଅନୁରୋଧ କରିଛନ୍ତି।BGU

ରଜ୍ୟରେ ବହୁ ନେତା ମନ୍ତ୍ରୀ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ସମୀରଙ୍କ ପୂର୍ବରୁ ମହିଳା ଓ ଶିଶୁ ବିକାଶ ମନ୍ତ୍ରୀ ଟୁକୁନି ସାହୁ, ବୟନଶିଳ୍ପ ମନ୍ତ୍ରୀ ପଦ୍ମିନୀ ଦିଆନ, ବିଧାୟକ ଅନନ୍ତ ନାରାୟଣ ଜେନା, ଓଟିଡିସି ଅଧ୍ୟକ୍ଷା ଶ୍ରୀମୟୀ ମିଶ୍ର, ନିଳଗିରି ବିଧାୟକ ସୁକାନ୍ତ କୁମାର ନାୟକ, ରେମୁଣା ବିଧାୟକ ସୁଧାଂଶୁ ଶେଖର ପରିଡ଼ା, ଖଣ୍ଡପଡ଼ା ବିଧାୟକ ସୌମ୍ୟ ରଞ୍ଜନ ପଟ୍ଟନାୟକଙ୍କ ପରି ବହୁ ରାଜନେତା କୋଭିଡ୍ ପଜିଟିଭ୍ ଚିହ୍ନଟ ହୋଇସାରିଛନ୍ତି।

Comment