ଓଡ଼ିଶାଲାଇଭ୍ ବ୍ୟୁରୋSamir Dash

ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ଓ ତାଙ୍କ ପତ୍ନୀ ସଙ୍ଗିତା ଦାଶ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ଉଭୟଙ୍କ କୋଭିଡ୍ ଟେଷ୍ଟ ରିପୋର୍ଟ ପଜିଟିଭ୍ ଆସିଥିବା ନେଇ ନିଜେ ଟୁଇଟ୍ କରି ସୂଚନା ଦେଇଛନ୍ତି।

ବର୍ତ୍ତମାନ ଉଭୟ ସୁସ୍ଥ ଅଛନ୍ତି। ଗତ ସାତ ଦିନ ଭିତରେ ଯେଉଁ ବ୍ୟକ୍ତିମାନେ ସେମାନଙ୍କ ସଂସ୍ପର୍ଶରେ ଆସିଛନ୍ତି ସେମାନେ ଟେଷ୍ଟ କରାଇନେବାକୁ ମନ୍ତ୍ରୀ ଅନୁରୋଧ କରିଛନ୍ତି।BGUରାଜ୍ୟରେ ଜଣକ ପରେ ଜଣେ ରାଜନେତା କରୋନା ପଜିଟିଭ୍ ଚିହ୍ନଟ ହେଉଛନ୍ତି। ଆଜି ବିଜେପି ରାଜ୍ୟ ସଭାପତି ସମୀର ମହାନ୍ତି କରୋନାରେ ଆକ୍ରାନ୍ତ ହୋଇଥିବା ଜଣାପଡ଼ିଛି। ସେହିପରି ରାଜ୍ୟ ମହିଳା ଓ ଶିଶୁ ବିକାଶ ମନ୍ତ୍ରୀ ଟୁକୁନି ସାହୁ, ଖାଦ୍ୟଯୋଗାଣ ମନ୍ତ୍ରୀ ରଣେନ୍ଦ୍ରେ ପ୍ରତାପ ସ୍ଵାଇଁଙ୍କ ସମେତ ଅନେକ ରାଜନେତା କରୋନାରେ ଆକ୍ରାନ୍ତ ହୋଇସାରିଛନ୍ତି।

Comment