ଓଡ଼ିଶାଲାଇଭ୍ କରୋନା ବ୍ୟୁରୋ

ରାଜ୍ୟରେ ଆଜି ପୁଣି ୮ ଜଣଙ୍କ ଜୀବନ ନେଇଛି କରୋନା। ଏଥିସହ ମୋଟ କରୋନାଜନିତ ମୃତ୍ୟୁସଂଖ୍ୟା ୬୪୫କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି।

ଆଜି କଟକ ଜିଲ୍ଲାରୁ ସର୍ବାଧିକ ୩ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି। ମୃତକଙ୍କ ମଧ୍ୟରେ ୫୦ ଓ ୪୫ ବର୍ଷୀୟ ଦୁଇଜଣ ପୁରୁଷ ଏବଂ ଜଣେ ୫୩ ବର୍ଷୀୟ ମହିଳା ଅଛନ୍ତି।BGUସେହିପରି କନ୍ଧମାଳ, ରାୟଗଡ଼ା, ସମ୍ବଲପୁର ଓ ସୁବର୍ଣ୍ଣପୁରର ଜଣେ ଲେଖାଏଁ ଆକ୍ରାନ୍ତ ପ୍ରାଣ ହରାଇଛନ୍ତି। ମୃତକମାନେ ସମସ୍ତେ ପୁରୁଷ ଓ ସେମାନଙ୍କର ବୟସ ଯଥାକ୍ରମେ- ୫୫, ୫୦, ୫୧ ଓ ୭୦ ବର୍ଷ ବୋଲି ଜଣାପଡ଼ିଛି। ଏଥିସହ ବୌଦ୍ଧର ଜଣେ ୬୫ ବର୍ଷୀୟ ମହିଳା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି।ମୃତକମାନେ କରୋନାରେ ଆକ୍ରାନ୍ତ ହେବା ସହିତ ଡାଇବେଟିସ୍, ହାଇପର୍‌ଟେନ୍‌ସନ୍ ଆଦି ରୋଗରେ ପୀଡ଼ିତ ଥିବା ସ୍ଵାସ୍ଥ୍ୟ ବିଭାଗ ସୂଚନା ଦେଇଛି।

Comment