ଓଡ଼ିଶାଲାଇଭ୍ ବ୍ୟୁରୋ

ଆସନ୍ତା ୨୦ ତାରିଖରେ ଉତ୍ତରପୂର୍ବ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଏନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ନିର୍ଦ୍ଦେଶକ ଉମାଶଙ୍କର ଦାଶ ସୂଚନା ଦେଇଛନ୍ତି।

ଏହି ଲଘୁଚାପ ପ୍ରଭାବରେ ରାଜ୍ୟର ଅଧିକାଂଶ ଅଞ୍ଚଳରେ ବର୍ଷା ହେବ। ଆସନ୍ତା ୧୯ ତାରିଖରୁ ନବରଙ୍ଗପୁର, କୋରାପୁଟ, ରାୟଗଡ଼ାରେ ବର୍ଷା ହେବ। ପରେ ଏହା ଉତ୍ତରପଶ୍ଚିମ ଦିଗକୁ ଗତି କରିବାର ସମ୍ଭାବନା ରହିଛି। ଏହା ଫଳରେ ଉତ୍ତର ଓଡ଼ିଶା ଜିଲ୍ଲାଗୁଡ଼ିକରେ ବର୍ଷା ହେବ ବୋଲି ଉମାଶଙ୍କର ଦାଶ ସୂଚନା ଦେଇଛନ୍ତି।BGUବର୍ତ୍ତମାନ ରାଜ୍ୟରେ ମୌସୁମୀ ଦୁର୍ବଳ ସ୍ଥିତିରେ ରହିଛି। ତେଣୁ ତାପମାତ୍ରା ଅଧିକ ରହୁଛି। ଯଦି ଲଘୁଚାପ ସୃଷ୍ଟି ହୁଏ ତେବେ ୨୦, ୨୧ ଓ ୨୨ ତାରିଖରେ ଓଡ଼ିଶାରେ ବର୍ଷାର ପ୍ରଭାବ ରହିବ ବୋଲି ସେ କହିଛନ୍ତି।

Comment