ଓଡ଼ିଶାଲାଇଭ୍ ବ୍ୟୁରୋ

ଆସନ୍ତା ସେପ୍ଟେମ୍ବର ୨୦ରେ ଉତ୍ତରପୂର୍ବ ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ନେଇ ଆଞ୍ଚଳିକ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ଏହା ପ୍ରଭାବରେ ରାଜ୍ୟରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହାକୁ ଦୃଷ୍ଟିରେ ରଖି ରାଜ୍ୟର ସମସ୍ତ ଜିଲ୍ଲାପାଳମାନଙ୍କୁ ଆଲର୍ଟ କରିଛନ୍ତି ସ୍ଵତନ୍ତ୍ର ରିଲିଫ୍ କମିସନର(ଏସ୍‌ଆର୍‌ସି) ପ୍ରଦୀପ ଜେନା। ଯେକୌଣସି ପରିସ୍ଥିତିର ମୁକାବିଲା କରିବା ପାଇଁ ସଜାଗ ରହିବାକୁ ଏସ୍‌ଆର୍‌ସି ଜିଲ୍ଲାପାଳମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି।

ଏହି ଲଘୁଚାପ ପ୍ରଭାବରେ ଆସନ୍ତା ୨୦ରୁ ୨୩ ତାରିଖ ପର୍ଯ୍ୟନ୍ତ ରାଜ୍ୟର ଅଧିକାଂଶ ସ୍ଥାନରେ ବର୍ଷା ହେବ। କେତେକ ଜିଲ୍ଲାରେ ପ୍ରବଳ ବର୍ଷା ସହ ୪୫ରୁ ୫୦ କିଲୋମିଟର ବେଗରେ ପବନ ବହିବାର ସମ୍ଭାବନା ରହିଛି। ତେଣୁ ଏସବୁକୁ ମୁକାବିଲା କରିବା ପାଇଁ ଏସ୍‌ଆର୍‌ସି ଜିଲ୍ଲାପାଳମାନଙ୍କୁ ଆଲର୍ଟ କରିଛନ୍ତି।BGUଏହି ସମୟ ମଧ୍ୟରେ ମତ୍ସ୍ୟଜୀବୀଙ୍କୁ ସମୂଦ୍ର ଭିତରକୁ ଯିବା ପାଇଁ ବାରଣ କରାଯାଇଛି। ଏଥିସହ ଯେଉଁ ମତ୍ସ୍ୟଜୀବୀମାନେ ସମୂଦ୍ର ଭିତରକୁ ଯାଇଛନ୍ତି ସେମାନଙ୍କୁ ଫେରି ଆସିବାକୁ ପରାମର୍ଶ ଦେଇଛନ୍ତି ଏସ୍‌ଆର୍‌ସି।

Comment