ଓଡ଼ିଶାଲାଇଭ୍ ବ୍ୟୁରୋ

ବର୍ଷାରେ ଭିଜିବ ଓଡ଼ିଶା। ଆସନ୍ତାକାଲି ଆଭ୍ୟନ୍ତରୀଣ ଓଡ଼ିଶା ସମେତ ଉପକୂଳ ଓଡ଼ିଶାର କିଛି ଜିଲ୍ଲାରେ ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ। ଏଥିପାଇଁ ବିଭାଗ ପକ୍ଷରୁ ଜିଲ୍ଲାମାନଙ୍କୁ ୱାର୍ଣ୍ଣିଂ ମଧ୍ୟ ଜାରି କରାଯାଇଛି।

ପାଣିପାଗ ବିଭାଗର ପୂର୍ବାନୁମାନ ଅନୁଯାୟୀ, ଆସନ୍ତାକାଲି ଆଭ୍ୟନ୍ତରୀଣ ଓଡ଼ିଶା ସମେତ ଉପକୂଳ ଓଡ଼ିଶାରେ ବଜ୍ରାପାତ ସହ ବର୍ଷା ହେବ। ଏଥିପାଇଁ ୧୩ଟି ଜିଲ୍ଲାକୁ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି।ୟେଲୋ ୱାର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲାଗୁଡିକ ହେଲେ – ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, ବଲାଙ୍ଗିର, ନୂଆପଡ଼ା, ବରଗଡ଼, ସମ୍ବଲପୁର, ଝାରସୁଗୁଡ଼ା, ସୁନ୍ଦରଗଡ଼, ଦେବଗଡ଼, କେନ୍ଦୁଝର ଓ ମୟୂରଭଞ୍ଜ।

Comment