ଓଡ଼ିଶାଲାଇଭ୍ ବ୍ୟୁରୋ

ଆସନ୍ତା ୨୦ ତାରିଖରେ ଉତ୍ତରପୂର୍ବ ବଙ୍ଗୋପସାଗରରେ ଏକ ଲଘୁଚାପ ବଳୟ ସୃଷ୍ଟି ହେବା ନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ ବିଭାଗ। ଏହାର ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ସମ୍ଭାବ୍ୟ ଘଡ଼ଘଡ଼ି ଓ ବର୍ଷାକୁ ଦୃଷ୍ଟିରେ ରଖି ୧୫ଟି ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି।

ପାଣିପାଗ ବିଭାଗର ସୂଚନା ଅନୁଯାୟୀ, ଆଗାମୀ ୨୪ ଘଣ୍ଟା ମଧ୍ୟରେ ମାଲକାନଗିରି, କୋରାପୁଟ, ସୁନ୍ଦରଗଡ଼ ଓ କେନ୍ଦୁଝରରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଏଥିସହ ଆଉ ୧୧ଟି ଜିଲ୍ଲାରେ ମଧ୍ୟ ଘଡ଼ଘଡ଼ି ସହ ବର୍ଷା ହେବ ବୋଲି ପାଣିପାଗ ବିଭାଗ ସୂଚନା ଦେଇଛି। ଏହି ଜିଲ୍ଲାଗୁଡ଼ିକ ହେଲା ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ବଲାଙ୍ଗିର, ବୌଦ୍ଧ, ନୂଆପଡ଼ା, ସମ୍ବଲପୁର, ଦେବଗଡ଼, ଝାରସୁଗୁଡ଼ା, ମୟୂରଭଞ୍ଜ ଓ ଅନୁଗୁଳ। ପ୍ରବଳ ବର୍ଷା ଓ ଘଡ଼ଘଡ଼ିକୁ ଦୃଷ୍ଟିରେ ରଖି ଏହି ଜିଲ୍ଲାଗୁଡ଼ିକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି।ଲଘୁଚାପ ପ୍ରଭାବରେ ଆସନ୍ତା ୨୩ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିବ ବୋଲି ସୂଚନା ମିଳିଛି।

Comment