ଓଡ଼ିଶାଲାଇଭ୍‌ ବ୍ୟୁରୋ

ଉତ୍ତର ପୂର୍ବ ବଙ୍ଗୋପସାଗରରେ ରବିବାର ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହାରି ପ୍ରଭାବରେ ରାଜ୍ୟରେ ୩ ଦିନ ଯାଏଁ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ ବିଭାଗ।

ଏଥସହିତ ୭ଟି ଜିଲ୍ଲାକୁ ଅରେଞ୍ଜ ଓ୍ୱାର୍ଣ୍ଣିଂ ମଧ୍ୟ ଜାରି କରାଯାଇଛି। ଏହି ଜିଲ୍ଲାଗୁଡ଼ିକ ହେଲା, ମୟୂରଭଞ୍ଜ, ବାଲେଶ୍ୱର, ଯାଜପୁର, ଭଦ୍ରକ, କେନ୍ଦ୍ରପଡ଼ା, ମାଲକାନଗିରି ଓ କୋରାପୁଟ।

ସେହିପରି ବର୍ଷାକୁ ଦୃଷ୍ଟିରେ ରଖି ୧୦ ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ ମଧ୍ୟ ଜାରି କରାଯାଇଛି। ଏହି ସବୁ ଜିଲ୍ଲାଗୁଡ଼ିକ ହେଲା ଜଗତସିଂହପୁର, କଟକ, ପୁରୀ, ଖୋର୍ଦ୍ଧା, କେନ୍ଦୁଝର, ସୁନ୍ଦରଗଡ଼, ସମ୍ବଲପୁର, ଅନୁଗୁଳ, ଦେବଗଡ଼, କଳାହାଣ୍ଡି।

Comment