ଓଡ଼ିଶାଲାଇଭ୍ ବ୍ୟୁରୋ

ଉତ୍ତରପୂର୍ବ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ପ୍ରଭାବରେ ଆସନ୍ତା ୨୫ ତାରିଖ ଯାଏଁ ପ୍ରବଳ ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ ବିଭାଗ। ସମ୍ଭାବ୍ୟ ବର୍ଷା ଓ ଘଡ଼ଘଡ଼ିକୁ ଦୃଷ୍ଟିରେ ରଖି ୭ଟି ଜିଲ୍ଲାକୁ ରେଡ୍ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି।

ପାଣିପାଗ ବିଭାଗର ସୂଚନା ଅନୁଯାୟୀ, ଆସନ୍ତାକାଲି ବରଗଡ଼, ନୂଆପଡ଼ା, ବଲାଙ୍ଗିର, କଳାହାଣ୍ଡି, ସମ୍ବଲପୁର, ଝାରସୁଗୁଡ଼ା ଓ ଦେବଗଡ଼ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି। ଏହାକୁ ଦୃଷ୍ଟିରେ ରଖି ଏହି ସମସ୍ତ ଜିଲ୍ଲାକୁ ରେଡ୍ ଓାର୍ଣ୍ଣିଂ ଜାରି କରାଯାଇଛି।

ସେହିପରି ସୋନପୁର, ବୌଦ୍ଧ, ଅନୁଗୁଳ, ସୁନ୍ଦରଗଡ଼ ଓ କେନ୍ଦୁଝର ଜିଲ୍ଲାରେ ଅରେଞ୍ଜ୍ ଓ୍ଵାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ। ଏଥିସହ ମୟୂରଭଞ୍ଜ, ଜଗତସିଂହପୁର, ଯାଜପୁର ଓ ଢେଙ୍କାନାଳ ଜିଲ୍ଲା ପାଇଁ ୟେଲୋ ଓ୍ଵାର୍ଣ୍ଣିଂ ଜାରି ହୋଇଛି।ଲଘୁଚାପ ପ୍ରଭାବରେ ସମୁଦ୍ର ଅଶାନ୍ତ ରହିବ। ଏଥିସହ ଘଣ୍ଟାପ୍ରତି ୪୫ରୁ ୫୫ କିଲୋମିଟର ପର୍ଯ୍ୟନ୍ତ ପବନ ବହିବାର ସମ୍ଭାବନା ରହିଛି। ତେଣୁ ଆସନ୍ତା ୨୨ ତାରିଖ ଯାଏଁ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଭିତରକୁ ଯିବା ପାଇଁ ବାରଣ କରାଯାଇଛି।

Comment