ଓଡ଼ିଶାଲାଇଭ୍ କରୋନା ବ୍ୟୁରୋ

ରାଜ୍ୟରେ ଆଜି ଆଉ ୯ ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ଏଥିସହ ମୋଟ କରୋନାଜନିତ ମୃତ୍ୟୁସଂଖ୍ୟା ୭୧୦କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି।

ସ୍ଵାସ୍ଥ୍ୟ ବିଭାଗର ସୂଚନା ଅନୁସାରେ ଆଜି କେନ୍ଦୁଝର ଜିଲ୍ଲାରୁ ସର୍ବାଧିକ ୨ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି। ମୃତକଦ୍ଵୟ ପୁରୁଷ ଓ ସେମାନଙ୍କ ବୟସ ଯଥାକ୍ରମେ ୩୮ ଓ ୫୯ ବର୍ଷ ବୋଲି ଜଣାପଡ଼ିଛି। ସେହିପରି ବାଲେଶ୍ଵର, କନ୍ଧମାଳ, ଖୋର୍ଦ୍ଧା, ମୟୂରଭଞ୍ଜ, ନବରଙ୍ଗପୁର ଓ ନୟାଗଡ଼ର ଜଣେ ଲେଖାଏଁ ପୁରୁଷ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ସେମାନଙ୍କର ବୟସ ଯଥାକ୍ରମେ- ୪୮, ୫୪, ୯୦, ୭୪, ୨୯ ଓ ୫୧ ବର୍ଷ ବୋଲି ସୂଚନା ମିଳିଛି।

ସେହିପରି ଆଜି ଜଗତସିଂହପୁରର ଜଣେ ୩୦ ବର୍ଷୀୟ ମହିଳା କରୋନାରେ ପ୍ରାଣ ହରାଇଛନ୍ତି।ମୃତକମାନେ କରୋନା ପଜିଟିଭ୍ ହେବା ସହ ଡାଇବେଟିସ୍, ହାଇପର୍‌ଟେନ୍‌ସନ୍ ଆଦି ରୋଗରେ ପୀଡ଼ିତ ଥିବା ସ୍ଵାସ୍ଥ୍ୟ ବିଭାଗ ସୂଚନା ଦେଇଛି।

Comment