ଓଡ଼ିଶାଲାଇଭ୍ ବ୍ୟୁରୋ
ଉତ୍ତର-ପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ରାଜ୍ୟରେ ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ। ଲଘୁଚାପର ପ୍ରଭାବରେ ରାଜ୍ୟରେ ଦୁଇଦିନ ଧରି ବର୍ଷା ହେବ। ଏଥିପାଇଁ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ବିଭିନ୍ନ ଜିଲ୍ଲାକୁ ୱାର୍ଣ୍ଣିଂ ଜାରି କରାଯାଇଛି।
ପାଣିପାଗ ବିଭାଗର ସୂଚନା ଅନୁଯାୟୀ ଆଗାମୀ ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ସାଙ୍ଗକୁ ବଜ୍ରାପାତ ହେବ। ବିଶେଷକରି ନବରଙ୍ଗପୁର, ନୂଆପଡ଼ା, ବରଗଡ଼, ଝାରସୁଗୁଡ଼ା ଓ ବଲାଙ୍ଗିରରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ। ଏହି ସବୁ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ ଜାରି କରାଯାଇଛି।
Weather Forecast & Warning(Day-1):-
(Valid up to 0830 hrs IST of 22.09.2020) pic.twitter.com/rI2Ej7kj0q— Meteorological Centre, Bhubaneswar (@mcbbsr) September 21, 2020
ସେହିପରି କଳାହାଣ୍ଡି, ମାଲକାନଗିରି, କୋରାପୁଟ, ସୋନପୁର, ସମ୍ବଲପୁର, ସୁନ୍ଦରଗଡ଼, ଦେବଗଡ଼ ଓ କେନ୍ଦୁଝର ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ଏହି ଜିଲ୍ଲାର କିଛି କିଛି ଅଞ୍ଚଳରେ ବର୍ଷା ହୋଇପାରେ।
ରାୟଗଡ଼ା, କନ୍ଧମାଳ, ବୌଦ୍ଧ, ଅନୁଗୁଳ, ଢେଙ୍କାନାଳ, ମୟୂରଭଞ୍ଜ, ଯାଜପୁର ଓ ଗଜପତି ଜିଲ୍ଲାକୁ ପାଣିପାଗ ବିଭାଗ ୟେଲୋ ୱାର୍ଣ୍ଣିଂ ଜାରି କରିଛନ୍ତି।