ଓଡ଼ିଶାଲାଇଭ୍ କରୋନା ବ୍ୟୁରୋcorona case-2

  • ଦିନକରେ ୮୬,୯୬୧ ଆକ୍ରାନ୍ତ, ୧,୧୩୦ ମୃତ
  • ମୋଟ କରୋନାଜନିତ ମୃତ୍ୟୁସଂଖ୍ୟା ୮୭,୮୮୨କୁ  ବୃଦ୍ଧି
  • ମୋଟ କରୋନା ପଜିଟିଭ୍ ସଂଖ୍ୟା ୫୪,୮୭,୫୮୧କୁ ବୃଦ୍ଧି

ଦେଶରେ କରୋନା ମୃତ୍ୟୁସଂଖ୍ୟା ଦିନକୁ ଦିନ ବଢ଼ିଚାଲିଛି। ଆଜି ଗୋଟିଏ ଦିନରେ ପୁଣି ହଜାରରୁ ଉର୍ଦ୍ଧ୍ଵ ଆକ୍ରାନ୍ତ ପ୍ରାଣ ହରାଇଛନ୍ତି। ଏଥିସହ ମୋଟ ମୃତ୍ୟୁସଂଖ୍ୟା ୮୭ ହଜାର ପାର୍ କରିଛି। ଏନେଇ କେନ୍ଦ୍ର ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ସୂଚନା ମିଳିଛି।

ସ୍ଵାସ୍ଥ୍ୟ ମନ୍ତ୍ରାଳୟର ତାଜା ତଥ୍ୟ ଅନୁଯାୟୀ ଗତ ୨୪ ଘଣ୍ଟା ମଧ୍ୟରେ ଆଉ ୮୬,୯୬୧ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ମୋଟ କରୋନା ପଜିଟିଭ୍ ସଂଖ୍ୟା ୫୪,୮୭,୫୮୧କୁ ବୃଦ୍ଧି ପାଇଛି। ସେଥିମଧ୍ୟରୁ ୪୩,୯୬,୩୯୯ ଜଣ ସୁସ୍ଥ ହୋଇଥିବା ବେଳେ ୧୦,୦୩,୨୯୯ଟି ଆକ୍ଟିଭ୍ କେସ୍ ରହିଛି।ସେହିପରି ଆଜି ୧,୧୩୦ ଜଣ ଆକ୍ରାନ୍ତ ପ୍ରାଣ ହରାଇଛନ୍ତି। ଏଥିସହ ମୋଟ କରୋନାଜନିତ ମୃତ୍ୟୁସଂଖ୍ୟା ୮୭,୮୮୨କୁ ବୃଦ୍ଧି ପାଇଛି।

Comment