ଓଡ଼ିଶାଲାଇଭ୍ ବ୍ୟୁରୋ

ରାଜ୍ୟରେ ଆଜି କରୋନାରୁ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ୪୦୫୨ ଆକ୍ରାନ୍ତ। ଏଥିସହ ରାଜ୍ୟରେ କରୋନା ସୁସ୍ଥ ରୋଗୀଙ୍କ ସଂଖ୍ୟା ୧ ଲକ୍ଷ ୫୭ ହଜାର ୨୬୫କୁ ବୃଦ୍ଧି ପାଇଛି। ଏ ନେଇ ରାଜ୍ୟ ସ୍ଵାସ୍ଥ୍ୟ ଏବଂ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟୁଇଟ କରି ସୂଚନା ଦିଆଯାଇଛି।

ଖୋର୍ଦ୍ଧାରୁ ସର୍ବାଧିକ ୭୧୬ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ସେହିପରି କଟକରୁ ୩୭୮ ଜଣ, (ଷ୍ଟେଟ୍ ପୁଲ୍ ୨୧୭), ସୁନ୍ଦରଗଡ଼ରୁ ୧୮୨ ଜଣ, ପୁରୀରୁ ୧୮୧ ଜଣ, ଜଗତସିଂହପୁରରୁ ୧୬୪ ଜଣ, ଯାଜପୁରରୁ ୧୫୨ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।

ଦିନକୁ ଦିନ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଉଥିବା ବେଳେ ସୁସ୍ଥ ସଂଖ୍ୟା ମଧ୍ୟ ବୃଦ୍ଧି ପାଇବାରେ ଲାଗିଛି।

Comment