ଓଡ଼ିଶାଲାଇଭ୍ ବ୍ୟୁରୋ

ଆଗାମୀ ୨୪ ଘଣ୍ଟା ମଧ୍ୟରେ ଉତ୍ତର ଓଡ଼ିଶାର କିଛି ଅଞ୍ଚଳରେ ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ। ଏଥିପାଇଁ ୧୩ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ମଧ୍ୟ ଜାରି କରାଯାଇଛି।

ପାଣିପାଗ ବିଭାଗର ସୂଚନା ଅନୁଯାୟୀ, ୨୫ ତାରିଖ ବେଳକୁ ଉତ୍ତର ଓଡ଼ିଶା ଓ ଦକ୍ଷିଣ ଓଡ଼ିଶାର ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ହୋଇପାରେ। ହେଲେ ଏହାପୂର୍ବରୁ ଉତ୍ତର ଓଡ଼ିଶାର କିଛି କିଛି ଜିଲ୍ଲାରେ ହାଲକାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ।ବିଶେଷକରି ଆଗାମୀ ୨୪ ଘଣ୍ଟା ମଧ୍ୟରେ ନୂଆପଡ଼ା, ବଲାଙ୍ଗିର, ସୋନପୁର ଜିଲ୍ଲାରେ ବର୍ଷା ହୋଇପାରେ। ଏହି କାରଣରୁ ପାଣିପାଗ ବିଭାଗ ନୂଆପଡ଼ା, ବଲାଙ୍ଗିର ଜିଲ୍ଲା ସମେତ ବରଗଡ଼, ଝାରସୁଗୁଡ଼ା, ସୁନ୍ଦରଗଡ଼, ସମ୍ବଲପୁର, ଦେବଗଡ଼, କେନ୍ଦୁଝର, ଅନୁଗୁଳ, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ ଓ କନ୍ଧମାଳ ଜିଲ୍ଲାକୁ ୟଲୋ ୱାର୍ଣ୍ଣିଂ ଜାରି କରିଛି।

ସେହିପରି ୨୫ ତାରିଖ ପାଇଁ ମଧ୍ୟ ପାଣିପାଗ ବିଭାଗ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ରାୟଗଡ଼ା, ମାଲକାନଗିରି, କୋରାପୁଟ, କେନ୍ଦୁଝୁର, ମୟୂରଭଞ୍ଜ ଓ ଢେଙ୍କାନାଳ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି। ଏହି ସବୁ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ନେଇ ଆଶଙ୍କା କରାଯାଉଛି।

Comment