ଓଡ଼ିଶାଲାଇଭ୍ ବ୍ୟୁରୋ

ଆଜିଠୁ ବର୍ଷାରେ ଭିଜିବ ଉତ୍ତର ଓ ଦକ୍ଷିଣ ଓଡ଼ିଶା। ଆଗାମୀ ଦୁଇ ଦିନ ରାଜ୍ୟରେ ପାଗ କୋହଲା ରହିବା ସହିତ ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ।

ପାଣିପାଗ ବିଭାଗର ସୂଚନା ଅନୁଯାୟୀ, ଆଜିଠୁ ଉତ୍ତର ଓଡ଼ିଶା ଓ ଦକ୍ଷିଣ ଓଡ଼ିଶାର ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ହୋଇପାରେ। ଏଥିପାଇଁ ଜିଲ୍ଲାମାନଙ୍କୁ ସତର୍କ ରହିବା ସହିତ ୱାର୍ଣ୍ଣିଂ ଜାରି କରାଯାଇଛି।ଆଜି ମୁଖ୍ୟତଃ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ରାୟଗଡ଼ା, ମାଲକାନଗିରି, କୋରାପୁଟ, କେନ୍ଦୁଝୁର, ମୟୂରଭଞ୍ଜ ଓ ଢେଙ୍କାନାଳ ଜିଲ୍ଲାରେ ବର୍ଷା ହୋଇପାରେ ବୋଲି କୁହାଯାଉଛି।

Comment