ଓଡ଼ିଶାଲାଇଭ୍ ବ୍ୟୁରୋ

ଆଗାମୀ ୨୪ ଘଣ୍ଟା ଭିତରେ ଉପକୂଳ ଓଡ଼ିଶା ସମେତ ଦକ୍ଷିଣ ଓଡ଼ିଶା, ଆଭ୍ୟନ୍ତରୀଣ ଓଡ଼ିଶା ଏବଂ ଉତ୍ତର ଓଡ଼ିଶାର ବିଭିନ୍ନ ଜିଲ୍ଲାରେ ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ। ଏହି ସବୁ ଜିଲ୍ଲାରେ ବର୍ଷା ସାଙ୍ଗକୁ ବଜ୍ରପାତ ହେବା ନେଇ ମଧ୍ୟ ପାଣିପାଗ ବିଭାଗ ଆକଳନ କରିଛି।

ଆଜି ବର୍ଷା ଓ ବଜ୍ରାପାତର ସମ୍ଭାବନା ଥିବା ହେତୁ ପାଣିପାଗ ବିଭାଗ ବାଲେଶ୍ୱର, ଭଦ୍ରକ, କଟକ, ଜଗତସିଂହପୁର, ଯାଜପୁର, କେନ୍ଦ୍ରପଡ଼ା, ଗଜପତି, ଗଞ୍ଜାମ, ଖୋର୍ଦ୍ଧା, ପୁରୀ, ନୟାଗଡ଼, କନ୍ଧମାଳ, କଳାହାଣ୍ଡି, ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର ଓ ମୟୁରଭଞ୍ଜ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ଏହି ଜିଲ୍ଲାର କିଛି ଅଞ୍ଚଳରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ସହିତ ଅନ୍ୟ କିଛି ଅଞ୍ଚଳରେ ହାଲକାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ ବୋଲି ପାଣିପାଗ ବିଭାଗ ସୂଚନା ଦେଇଛି।

Comment