ଓଡ଼ିଶାଲାଇଭ୍ ବ୍ୟୁରୋ

କରୋନା ମହାମାରୀ ସମୟରେ ରୋଗୀଙ୍କୁ ଉତ୍କୃଷ୍ଟ ସେବା ଯୋଗାଇ ଆସୁଛି ସମ୍‌ ଅଲ୍ଟିମେଟ୍ ମେଡିକେୟାର। ନିକଟରେ ସମ୍‌ରେ ସଫଳତାର ସହ ଦୁଇଟି କିଡ୍‌ନୀ ପ୍ରତ୍ୟାରୋପଣ କରାଯାଇଛି। ସର୍ଜରୀ ପରେ ରୋଗୀ ଓ ଡୋନର୍‌ ଧିରେ ଧିରେ ସୁସ୍ଥ ହେଉଛନ୍ତି। ଏନେଇ ହସ୍ପିଟାଲ କର୍ତ୍ତୃପକ୍ଷଙ୍କ ପକ୍ଷରୁ ସୂଚନା ମିଳିଛି।

ଉଭୟ ରୋଗୀ ଜଟିଳ କିଡ୍‌ନୀ ରୋଗର ପଞ୍ଚମ ସ୍ତରରେ ଥିବାରୁ ସେମାନଙ୍କର ସପ୍ତାହକୁ ୩ ଥର ହେମୋଡାଏଲେସିସ୍ କରାଯାଉଥିଲା। ସମସ୍ତ କୋଭିଡ-୧୯ ସଂକ୍ରାନ୍ତୀୟ ସତର୍କତାମୂଳକ ପଦକ୍ଷେପ ଗ୍ରହଣ କରାଯାଇ ଏହି ପ୍ରତ୍ୟାରୋପଣ କରାଯାଇଛି।

ଉଭୟ ଡୋନର୍ ଏବଂ ରୋଗୀ, କିଡ୍‌ନୀ ପ୍ରତ୍ୟାରୋପଣ ହେବାର ୧୦ ଦିନ ମଧ୍ୟରେ ହସ୍ପିଟାଲ୍‌ରୁ ଡିସ୍‌ଚାର୍ଜ ହୋଇଛନ୍ତି। ସର୍ଜରୀ ପରେ ସେମାନେ ସୁସ୍ଥ ହେଉଥିବା ହସ୍ପିଟାଲ କର୍ତ୍ତୃପକ୍ଷ ସୂଚନା ଦେଇଛନ୍ତି।

ସିନିୟର ୟୁରୋଲୋଜିଷ୍ଟ ଓ କିଡ୍‌ନୀ ପ୍ରତ୍ୟାରୋପଣ ସର୍ଜନ୍ ଡାକ୍ତର ବିଶ୍ୱଜିତ୍ ନନ୍ଦ, ନେଫ୍ରୋଲୋଜିଷ୍ଟ ଡାକ୍ତର ତାପସ କୁମାର ବେହେରା, ଡାକ୍ତର ବିଶ୍ୱରଞ୍ଜନ ମହାନ୍ତି, ଆନେସ୍ଥେସିଓଲୋଜିଷ୍ଟ ଡାକ୍ତର ସୁରୁପା ଦେବୀପ୍ରଦା ଏବଂ ଡାକ୍ତର ଦୀପଙ୍କର ପଢ଼ିହାରୀ ଏହି ଦୁଇଟି କିଡ୍‌ନୀ ପ୍ରତ୍ୟାରୋପଣ ଟିମ୍‌ରେ ସାମିଲ ଥିଲେ ଏବଂ ସଫଳତାର ସହ କିଡ୍‌ନୀ ପ୍ରତ୍ୟାରୋପଣ କରିଥିଲେ। ଏହି ଟିମ୍‌କୁ ନର୍ସିଂ ଏବଂ କିଡ୍‌ନୀ ପ୍ରତ୍ୟାରୋପଣ ସଂଯୋଜକ ସମସ୍ତ ସହଯୋଗ କରିଥିଲେ।ସମ୍ ହେଉଛି ଓଡ଼ିଶାର ପ୍ରଥମ ହସ୍ପିଟାଲ୍ ଯାହାକି ପ୍ରତ୍ୟାରୋପଣ ସର୍ଜରୀ ପାଇଁ ସ୍ୱତନ୍ତ୍ର ମୋଡୁଲାର୍ ଅପରେସନ୍ ଥିଏଟର୍ ପ୍ରସ୍ତୁତ କରିଛି। ସମ୍‌ରେ ପ୍ରତ୍ୟାରୋପଣ ଅପରେସନ୍ ଥିଏଟର୍ ଏବଂ ଆଇସିୟୁ ପରସ୍ପରର ଅତି ନିକଟରେ ରହିଛି ଯାହା ଦ୍ୱାରା କି ପ୍ରତ୍ୟାରୋପଣ ୟୁନିଟ୍‌କୁ ଏକ ସମ୍ପୂର୍ଣ୍ଣ ଓ ସ୍ୱତନ୍ତ୍ର ଜୋନ୍‌ରେ ପରିଣତ କରାଯାଇପାରିଛି।

ଅନ୍ତର୍ଜାତୀୟ ନିୟମ, ସୁଲଭ ମୂଲ୍ୟରେ ପ୍ରତ୍ୟାରୋପଣ କାର୍ଯ୍ୟ ଏବଂ ଉନ୍ନତ ଧରଣର ରୋଗୀ ସେବା ଯୋଗାଇଦେବା ସମ୍‌ର ଲକ୍ଷ୍ୟ ବୋଲି ହସ୍ପିଟାଲ ପକ୍ଷରୁ କୁହାଯାଇଛି।

Comment