ଓଡ଼ିଶାଲାଇଭ୍ ବ୍ୟୁରୋ
ରାଜ୍ୟରେ ପୁଣି ଜଣେ ମନ୍ତ୍ରୀ କରୋନା କବଳକୁ ଆସିଛନ୍ତି। ରାଜ୍ୟ ସରକାରଙ୍କ କ୍ରୀଡ଼ା ଏବଂ ଯୁବ ସେବା ମନ୍ତ୍ରୀ ତୁଷାରକାନ୍ତି ବେହେରା କରୋନା ଆକ୍ରାନ୍ତ ହୋଇଥିବା ଜଣାପଡ଼ିଛି। ମଙ୍ଗଳବାର ତାଙ୍କ ରିପୋର୍ଟ ପଜିଟିଭ୍ ଆସିଥିବା ନେଇ ସେ ଟୁଇଟ କରି ସୂଚନା ଦେଇଛନ୍ତି।
ଗତ ୭ ଦିନ ମଧ୍ୟରେ ମନ୍ତ୍ରୀଙ୍କ ସଂସ୍ପର୍ଶରେ ଆସିଥିବା ବ୍ୟକ୍ତିମାନଙ୍କୁ ନିଜର କରୋନା ପରୀକ୍ଷା କରାଇନେବା ସହ ଆଇସୋଲେସନରେ ରହିବାକୁ ମନ୍ତ୍ରୀ ତୁଷାରକାନ୍ତି ଅନୁରୋଧ କରିଛନ୍ତି।
କିଛି ଦିନ ପୂର୍ବରୁ ତାଙ୍କଠାରେ କରୋନା ଲକ୍ଷଣ ଦେଖା ଦେଇଥିଲା। ଏହାପରେ ସେ ନିଜର ଟେଷ୍ଟ କରାଇଥିଲେ। ମଙ୍ଗଳବାର ତାଙ୍କର ରିପୋର୍ଟ ପଜିଟିଭ୍ ଆସିଛି। ସେ ଏବେ ହୋମ ଆଇସୋଲେସନରେ ରହି ଚିକିତ୍ସିତ ହେଉଛନ୍ତି।
ରାଜ୍ୟ ଯୋଜନା ବୋର୍ଡର ଉପାଧ୍ୟକ୍ଷ ତଥା ପୂର୍ବତନ ବିଧାୟକ ସଞ୍ଜୟ ଦାସ ବର୍ମା ମଧ୍ୟ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। 














