ଓଡ଼ିଶାଲାଇଭ୍ ବ୍ୟୁରୋ

ଆଗାମୀ ୨୪ ଘଣ୍ଟା ମଧ୍ୟରେ ଉତ୍ତର ଓ ଦକ୍ଷିଣ ଉପକୂଳ ଜିଲ୍ଲା ସମେତ ରାଜ୍ୟର ବିଭିନ୍ନ ଅଞ୍ଚଳରେ ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ। ଏଥିପାଇଁ ବିଭାଗ ପକ୍ଷରୁ ୧୨ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ପାଣିପାଗ ବିଭାଗର ସୂଚନା ମୁତାବକ ଆସନ୍ତା ୨୪ ଘଣ୍ଟା ରାଜ୍ୟରେ ପାଗ ଖରାପ ରହିବ। ଏହାପରେ ଆଗାମୀ ଦୁଇଦିନ ରାଜ୍ୟର ପାଣିପାଗରେ ସୁଧାର ଆସିବ। ଦୁଇଦିନ ଭଲ ପାଗ ହେବା ପରେ ପୁଣି ୨ ଦିନ ରାଜ୍ୟରେ ବର୍ଷା ହେବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ରର ପାଣିପାଗ ବିଜ୍ଞାନୀ ସୂଚନା ଦେଇଛନ୍ତି।

ଆସନ୍ତାକାଲି ମାଲକାନଗିରି, କୋରାପୁଟ, ରାୟଗଡ଼ା ଓ ଗଜପତି ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇପାରେ। ଏଥିପାଇଁ ଏହି ସବୁ ଜିଲ୍ଲା ସମେତ କଳାହାଣ୍ଡି, କନ୍ଧମାଳ, ବୌଦ୍ଧ, ନୟାଗଡ଼, ଖୋର୍ଦ୍ଧା, ଗଞ୍ଜାମ, କେନ୍ଦୁଝର ଓ ମୟୁରଭଞ୍ଜ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ଆସନ୍ତା ୨୭ ତାରିଖ ଓ ୨୮ ତାରିଖ ରାଜ୍ୟରେ ପାଗ ଶୁଖିଲା ରହିବ। ଏହାପରେ ୨୯ ତାରିଖ ଓ ୩୦ ତାରିଖରେ ରାଜ୍ୟରେ ବର୍ଷା ହେବା ନେଇ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି।

Comment