ଓଡ଼ିଶାଲାଇଭ୍ କରୋନା ବ୍ୟୁରୋ
- ଦିନକରେ ୮୮,୬୦୦ ଆକ୍ରାନ୍ତ, ୧,୧୨୪ ମୃତ
- ମୋଟ କରୋନା ପଜିଟିଭ୍ ସଂଖ୍ୟା ୫୯,୯୨,୫୩୩କୁ ବୃଦ୍ଧି
- ମୋଟ କରୋନାଜନିତ ମୃତ୍ୟୁସଂଖ୍ୟା ୯୪,୫୦୩କୁ ବୃଦ୍ଧି
ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଦିନକୁ ଦିନ ବଢ଼ିଚାଲିଛି। ଆଜି ଗୋଟିଏ ଦିନରେ ପୁଣି ୮୮ ହଜାରରୁ ଉର୍ଦ୍ଧ୍ଵ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥିସହ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୫୯ ଲକ୍ଷ ପାର୍ କରିଛି। ଏନେଇ କେନ୍ଦ୍ର ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ସୂଚନା ମିଳିଛି।
ସ୍ଵାସ୍ଥ୍ୟ ମନ୍ତ୍ରାଳୟର ତାଜା ତଥ୍ୟ ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ଆଉ ୮୮,୬୦୦ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ମୋଟ କରୋନା ପଜିଟିଭ୍ ସଂଖ୍ୟା ୫୯,୯୨,୫୩୩କୁ ବୃଦ୍ଧି ପାଇଛି। ସେଥିମଧ୍ୟରୁ ୪୯,୪୧,୬୨୭ ଜଣ ସୁସ୍ଥ ହୋଇଥିବା ବେଳେ ୯,୫୬,୪୦୨ଟି ଆକ୍ଟିଭ୍ କେସ୍ ରହିଛି।
ସେହିପରି ଆଜି ୧,୧୨୪ ଜଣ ଆକ୍ରାନ୍ତ ପ୍ରାଣ ହରାଇଛନ୍ତି। ଏଥିସହ ମୋଟ କରୋନାଜନିତ ମୃତ୍ୟୁସଂଖ୍ୟା ୯୪,୫୦୩କୁ ବୃଦ୍ଧି ପାଇଛି।


















