ଓଡ଼ିଶାଲାଇଭ୍ ବ୍ୟୁରୋ

ଆଗାମୀ ୨୪ ଘଣ୍ଟା ମଧ୍ୟରେ ଲଗାଣ ବର୍ଷାରେ ଭିଜିବ ଦକ୍ଷିଣ ଓ ଉପକୂଳ ଓଡ଼ିଶା। ପ୍ରବଳ ବୃଷ୍ଟିପାତ ସହ ବଜ୍ରାପାତ ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ।

ଏଥିପାଇଁ ଅନେକ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ମଧ୍ୟ ଜାରି କରାଯାଇଛି। ଏହି ସବୁ ଜିଲ୍ଲାମାନଙ୍କର କିଛି କିଛି ଅଞ୍ଚଳରେ ପ୍ରବଳ ବର୍ଷା ହେବାକୁ ଥିବାବେଳେ ଅନ୍ୟ କିଛି ସ୍ଥାନରେ ହାଲକାରୁ ମଧ୍ୟମ ଧରଣର ବର୍ଷା ହେବ।

ପାଣିପାଗ ବିଭାଗ ବାଲେଶ୍ୱର, ଭଦ୍ରକ, କଟକ, ଜଗତସିଂହପୁର, ଯାଜପୁର, କେନ୍ଦ୍ରାପଡ଼ା, ଗଜପତି, ଗଞ୍ଜାମ, ଖୋର୍ଦ୍ଧା, ପୁରୀ, ନୟାଗଡ଼, ରାୟଗଡ଼ା, କନ୍ଧମାଳ, କେଉଁଝର, ମୟୂରଭଞ୍ଜ ଓ କୋରାପୁଟ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛନ୍ତି।

ଆସନ୍ତାକାଲିଠୁ ଅକ୍ଟୋବର ୨ ପର୍ଯ୍ୟନ୍ତ ରାଜ୍ୟରେ ଲଗାଣ ବର୍ଷା ହେବା ନେଇ ପୂର୍ବାନୁମାନ କରାଯାଉଛି। ଏଥିପାଇଁ ଜିଲ୍ଲାମାନଙ୍କୁ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି।

Comment