ଓଡ଼ିଶାଲାଇଭ୍ ବ୍ୟୁରୋ

ଯୁକ୍ତ ତିନି ପ୍ରଥମ ପର୍ଯ୍ୟାୟ ନାମଲେଖା ଅବଧିକୁ ବୃଦ୍ଧି କରିଛି ଉଚ୍ଚଶିକ୍ଷା ବିଭାଗ। ଏନେଇ ବିଭାଗ ପକ୍ଷରୁ ସ୍ୱତନ୍ତ୍ର ବିଜ୍ଞପ୍ତି ଜାରି କରାଯାଇଛି। ପ୍ରଥମ ପର୍ଯ୍ୟାୟ ମେରିଟ୍ ଲିଷ୍ଟରେ ସ୍ଥାନ ପାଇଥିବା ଛାତ୍ରଛାତ୍ରୀମାନେ ଅକ୍ଟୋବର ୬ ତାରିଖ ପର୍ଯ୍ୟନ୍ତ ନିଜର ନାମ ଲେଖାଇପାରିବେ।

ଏହାପରେ ଅକ୍ଟୋବର ୭ ତାରିଖରେ ପ୍ରଥମ ପର୍ଯ୍ୟାୟ ନାମଲେଖାର ସର୍ବିଶେଷ ତଥ୍ୟ ଇ-ସ୍ପେସରେ ଉପଲବ୍ଧ ହେବ ବୋଲି ଉଚ୍ଚଶିକ୍ଷା ବିଭାଗ ସୂଚନା ଦେଇଛି।

ପ୍ରଥମ ପର୍ଯ୍ୟାୟ ନାମଲେଖା ଶେଷ ହେବା ପରେ ଅକ୍ଟୋବର ୩ ତାରିଖରେ ଦ୍ୱିତୀୟ ପର୍ଯ୍ୟାୟ ମେରିଟ୍ ଲିଷ୍ଟ ପ୍ରକାଶ ପାଇବ। ଏହି ପର୍ଯ୍ୟାୟରେ ସ୍ଥାନ ପାଇଥିବା ଛାତ୍ରଛାତ୍ରୀମାନେ ଅକ୍ଟୋବର ୧୩ ତାରିଖରୁ ୧୬ ତାରିଖ ଭିତରେ ଅନଲାଇନରେ ଆଡମିସନ ଫି’ ଡିପୋଜିଟ୍ କରିବେ। ଏହାପରେ ଅକ୍ଟୋବର ୧୩ ତାରିଖରୁ ୧୭ ତାରିଖ ପର୍ଯ୍ୟନ୍ତ ଦ୍ୱିତୀୟ ପର୍ଯ୍ୟାୟ ନାମଲେଖା ଚାଲୁ ରହିବ। ଅକ୍ଟୋବର ୧୯ ତାରିଖରେ ଦ୍ୱିତୀୟ ପର୍ଯ୍ୟାୟ ନାମଲେଖାର ସମସ୍ତ ତଥ୍ୟ ଇ-ସ୍ପେସରେ ଉପଲବ୍ଧ ହେବ ବୋଲି ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ କୁହାଯାଇଛି।

LEAVE A REPLY

Please enter your comment!
Please enter your name here