ଓଡ଼ିଶାଲାଇଭ୍ ବ୍ୟୁରୋ

ଉତ୍ତର-ପଶ୍ଚିମ ତଥା ପଶ୍ଚିମ-କେନ୍ଦ୍ରୀୟ ସଂଲଗ୍ନ ବଙ୍ଗୋପସାଗରରେ ଗୋଟିଏ ଲଘୁଚାପ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଆସନ୍ତା ୫ ଦିନ ଧରି ରାଜ୍ୟର ବିଭିନ୍ନ ଅଞ୍ଚଳ, ବିଶେଷକରି ଉପକୂଳ ଜିଲ୍ଲାମାନଙ୍କରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ସମ୍ଭାବନା ରହିଛି। ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।

ପ୍ରବଳ ବର୍ଷା ସମ୍ଭାବନା ଥିବାରୁ ରାଜ୍ୟର ୧୩ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଏହି ସବୁ ଜିଲ୍ଲାମାନଙ୍କରେ ବର୍ଷା ସହିତ ବଜ୍ରାପାତ ହୋଇପାରେ ବୋଲି କୁହାଯାଇଛି। ଅନ୍ୟପଟେ ପାଗ ଖରାପ ଥିବା ହେତୁ ମତ୍ସ୍ୟଜୀବୀମାନଙ୍କୁ ସମୁଦ୍ର ଭିତରକୁ ଯିବାକୁ ମନା କରାଯାଇଛି।

ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଥିବା ଜିଲ୍ଲାଗୁଡ଼ିକ ହେଲେ, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ପୁରୀ, କେନ୍ଦୁଝର, ମୟୂରଭଞ୍ଜ, ଦେବଗଡ଼, ସୁନ୍ଦରଗଡ଼, ସମ୍ବଲପୁର ଓ କନ୍ଧମାଳ।

LEAVE A REPLY

Please enter your comment!
Please enter your name here