ଓଡ଼ିଶାଲାଇଭ୍‌ ବ୍ୟୁରୋ

ଆଜି ଦୁଇ ମହାନାୟକଙ୍କ ଜୟନ୍ତୀ। ଜାତିର ଜନକ ମହାତ୍ମା ଗାନ୍ଧୀଙ୍କ ସହ ଲାଲ ବାହାଦୁର ଶାସ୍ତ୍ରୀ ଆଜିର ଦିନରେ ଜନ୍ମଗ୍ରହଣ କରିଥିଲେ। ସାରାଦେଶରେ ଗାନ୍ଧିଜୀଙ୍କର ୧୫୧ତମ ଜୟନ୍ତୀ ପାଳନ ହେଉଥିବାବେଳେ ମହାପୁରୁଷ ଶାସ୍ତ୍ରୀଜୀଙ୍କର ଏହାହେଉଛି ୧୧୫ତମ ଜୟନ୍ତୀ।

ଏହି ଅବସରରେ ରାଷ୍ଟ୍ରପତି ରାମନାଥ କୋବିନ୍ଦ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, ଉପରାଷ୍ଟ୍ରପତି ଭେଙ୍କିୟା ନାଇଡୁ, ବିଜେପିର ବରିଷ୍ଠ ନେତା ଲାଲକୃଷ୍ଣ ଆଡଭାନୀ ଏବଂ ପୂର୍ବତନ ପ୍ରଧାନମନ୍ତ୍ରୀ ଡକ୍ଟର ମନମୋହନ ସିଂହ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି।

ଦେଶକୁ ଇଂରେଜ ଶାସନରୁ ମୁକ୍ତ କରିଥିବା ମହାନ ଯୁଗପୁରୁଷ ହେଉଛନ୍ତି ମହାତ୍ମା ଗାନ୍ଧୀ। ସେ ଅକ୍ଟୋବର ୨ ତାରିଖ ୧୮୬୯ ମସିହାରେ ଗୁଜୁରାଟର ପୋରବନ୍ଦରରେ ଜନ୍ମଗ୍ରହଣ କରିଥିଲେ। ସେହିପରି ଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଲାଲ ବାହାଦୂର ଶାସ୍ତ୍ରୀ ଅକ୍ଟୋବର ୨ତାରିଖ ୧୯୦୪ରେ ଜନ୍ମଗ୍ରହଣ କରିଥିଲେ।

ଅହିଂସା ଉପାୟରେ ଦେଶକୁ ସ୍ୱାଧୀନତା ଆଣିଥିବା ମହାନ ପୁରୁଷ ହେଉଛନ୍ତି ଜାତିର ଜନକ ମହାତ୍ମା ଗାନ୍ଧୀ। ତାଙ୍କ ନେତୃତ୍ୱରେ ହିଁ ଦେଶ ଇଂରେଜମାନଙ୍କ କବଳରୁ ମୁକ୍ତ ହୋଇପାରିଥିଲା। ସେହିପରି ଶାସ୍ତ୍ରୀଜୀ ଦେଶର ପ୍ରଧାନମନ୍ତ୍ରୀ ଥିବା ସମୟରେ ଦେଶ ପାକିସ୍ତାନ ସହ ଯୁଦ୍ଧଲଢ଼ି ନିଜର ପରାକ୍ରମ ଦେଖାଇପାରିଥିଲା।

ଆଜି ତାଙ୍କର ଜୟନ୍ତୀ ଅବସରରେ ସାରାଦେଶ ଏହି ଦୁଇ ଯୁଗପୁରୁଷଙ୍କୁ ମନେପକାଇ ତାଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଉଛି।

Comment