ଓଡ଼ିଶାଲାଇଭ୍ ବ୍ୟୁରୋ

ଦେଶର ଦୁଇ ମହାନାୟକ ମହାତ୍ମାଗାନ୍ଧୀ ଓ ଲାଲ ବାହାଦୁର ଶାସ୍ତ୍ରୀଙ୍କ ଜନ୍ମଦିନରେ ଆଜି ସାରା ଦେଶ ତାଙ୍କୁ ମନେ ପକାଉଛି। ଏହି ଅବସରରେ ଦେଶର ରାଷ୍ଟ୍ରପତି ରାମନାଥ କୋବିନ୍ଦ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ସମେତ ଅନ୍ୟ ନେତାମାନେ ମଧ୍ୟ ତାଙ୍କୁ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଛନ୍ତି।ଶୁକ୍ରବାର ରାଷ୍ଟ୍ରପତି ରାମନାଥ କୋବିନ୍ଦ ରାଜଘାଟ ଯାଇ ସେଠାରେ ମହାତ୍ମାଗାନ୍ଧୀଙ୍କ ସମାଧିରେ ପୁଷ୍ପମାଲ୍ୟ ଅର୍ପଣ କରିଛନ୍ତି। ସେହିପରି ବିଜୟ ଘାଟରେ ମଧ୍ୟ ସେ ଲାଲ ବାହାଦୁର ଶାସ୍ତ୍ରୀଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି। ପ୍ରଧାନମନ୍ତ୍ରୀ ମୋଦୀ ମଧ୍ୟ ରାଜଘାଟ ଯାଇ ମହାତ୍ମାଗାନ୍ଧୀଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି।

ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀଙ୍କ ବ୍ୟତୀତ ଉପରାଷ୍ଟ୍ରପତି ଭେଙ୍କୟା ନାଇଡୁ, ବରିଷ୍ଠ କଂଗ୍ରେସ ନେତା ଗୁଲାମ ନବି ଆଜାଦ ମଧ୍ୟ ଗାନ୍ଧିଜୀ ଓ ଶାସ୍ତ୍ରୀଜୀଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି।

Comment