ଓଡ଼ିଶାଲାଇଭ୍ ବ୍ୟୁରୋ

ନୟାଗଡ଼ରେ ଗାନ୍ଧୀ ଜୟନ୍ତୀ ପାଳିତ ହୋଇଛି। ଜିଲ୍ଲା ସୂଚନା ଓ ଲୋକ ସଂପର୍କ ବିଭାଗ ଏବଂ ଓଡ଼ିଆ ଭାଷା ସାହିତ୍ୟ ଓ ସଂସ୍କୃତି ବିଭାଗର ମିଳିତ ଆନୁକୂଲ୍ୟରେ ଶୁକ୍ରବାର ଜିଲ୍ଲାସ୍ତରୀୟ ଗାନ୍ଧୀ ଜୟନ୍ତୀ ପାଳନ କରା ଯାଇଥିଲା। ଜିଲ୍ଲାପାଳ ଡକ୍ଟର ପୋମା ଟୁଡୁ ଗାନ୍ଧିଜୀଙ୍କ  ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ପ୍ରଦାନ କରି ସମ୍ମାନ ଜଣାଇଥିଲେ।

ଏହି ଅବସରରେ ଭୋର ୪ଟାରେ ରାମଧୂନ ଗାନ ଓ ସହର ପରିକ୍ରମା କରା ଯାଇଥିଲା। ପରେ ସକାଳ ୯ଟାରେ ତ୍ରିନାଥ ଛକ ଗାନ୍ଧୀ ପ୍ରତିମୂର୍ତ୍ତିରେ ଜିଲ୍ଲାପାଳ ଡକ୍ଟର ପୋମା ଟୁଡୁ ପୁଷ୍ପମାଲ୍ୟ ପ୍ରଦାନ କରିଥିଲେ। ସେଠାରେ ଗାନ୍ଧିଜୀଙ୍କ ସ୍ମୃତିଚାରଣ କରା ଯାଇଥିଲା। ଅତିରିକ୍ତ ଜିଲ୍ଲାପାଳ ବିଧାନ ଚନ୍ଦ୍ର ରାୟ, ଉପ ଜିଲ୍ଲାପାଳ ଲଗ୍ନଜିତ ରାଉତ, ଜିଲ୍ଲା ସୂଚନା ଓ ଲୋକ ସଂପର୍କ ଅଧିକାରୀ ଡକ୍ଟର ପ୍ରମୋଦ କୁମାର ନାୟକ ଏବଂ ଜିଲ୍ଲା ସଂସ୍କୃତି ଅଧିକାରୀ ଟଙ୍କଧର ଭୋଇ ଆଦି ଗାନ୍ଧୀ ମୂର୍ତ୍ତିରେ ପୁଷ୍ପମାଲ୍ୟ ଅର୍ପଣ କରିଥିଲେ।ଏହି ସ୍ୱତନ୍ତ୍ର ଦିବସରେ ଜିଲ୍ଲାପାଳ ଓ ଅନ୍ୟ ଅଧିକାରୀ ସହରାଞ୍ଚଳର କେତେକ ସ୍ଥାନରେ ବୃକ୍ଷ ରୋପଣ କରିଥିଲେ। ଇଟାମାଟି ଠାରେ ବୃକ୍ଷରୋପଣ କାର୍ଯ୍ୟକ୍ରମରେ ଡିଏଫଓ ଧନରାଜ ଏଚ୍ ଡି ମୁଖ୍ୟ ଅତିଥି ରୂପେ ଯୋଗ ଦେଇଥିଲେ। ସ୍ଥାନୀୟ ଶିକ୍ଷା ଓ ବୈଷୟିକ ମହାବିଦ୍ୟାଳୟ ଅଧ୍ୟକ୍ଷ ତଥା ଓଡ଼ିଶା ସାହିତ୍ୟ ଏକାଡେମୀ ସଦସ୍ୟ ଅଶୋକ କୁମାର ନାୟକ, ସରପଂଚ ସୋନାଲିକା ମନ୍ଥନ, ଶ୍ରବଣ କୁମାର ରାମ ଏବଂ ଥାନା ଅଧିକାରୀ ଦୀପକ କୁମାର ଖଣ୍ଡାୟତରାୟ ଆଦି ପରିବେଷ ସୁରକ୍ଷାରେ ଗାନ୍ଧିଜୀଙ୍କ ବାର୍ତ୍ତା ସଂପର୍କରେ ଆଲୋଚନା କରିଥିଲେ।

Comment