ଓଡ଼ିଶାଲାଇଭ୍ ବ୍ୟୁରୋ

ରାଜ୍ୟରେ ଲଘୁଚାପଜନିତ ବର୍ଷା ଲାଗି ରହିଥିବା ବେଳେ ଆଉ ଏକ ଲଘୁଚାପ ହେବା ନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ ବିଭାଗ। ଆସନ୍ତା ୯ ତାରିଖରେ ଉତ୍ତର ଆଣ୍ଡାମାନ ଓ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ଏକ ଲଘୁଚାପ ବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେବ ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି।

ପାଣିପାଗ ବିଭାଗର ତାଜା ସୂଚନା ଅନୁଯାୟୀ, ଆସନ୍ତା ୯ ତାରିଖରେ ଉତ୍ତର ପଶ୍ଚିମ ଆନ୍ଧ୍ର ଓ ଓଡ଼ିଶା ଉପକୂଳରେ ଲଘୁଚାପ ଘନୀଭୂତ ହେବାର ସମ୍ଭାବନା ରହିଛି। ପରବର୍ତ୍ତୀ ୨ରୁ ୩ ଦିନ ମଧ୍ୟରେ ଏହା ଡିପ୍ରେସନ୍‌ର ରୂପ ନେବ। ଏହାର ପ୍ରଭାବରେ ଆସନ୍ତା ୧୧ରୁ ୧୩ ତାରିଖ ପର୍ଯ୍ୟନ୍ତ ବର୍ଷା ଲାଗି ରହିବ ବୋଲି ସୂଚନା ମିଳିଛି।ବର୍ତ୍ତମାନ ରାଜ୍ୟରେ ଲଘୁଚାପ ବର୍ଷା ଲାଗି ରହିଛି। ଏଥିପାଇଁ କଳାହାଣ୍ଡି, କନ୍ଧମାଳ, ଗଞ୍ଜାମ, ଅନୁଗୁଳ, ଗଜପତି, ରାୟଗଡ଼ା, ବୌଦ୍ଧ, ପୁରୀ, ଖୋର୍ଦ୍ଧା, ନୟାଗଡ଼, ବଲାଙ୍ଗିର, କଟକ, ଜଗତସିଂହପୁର, କେନ୍ଦ୍ରାପଡ଼ା, ଢେଙ୍କାନାଳ, ସୁବର୍ଣ୍ଣପୁର ଆଦି ଜିଲ୍ଲାକୁ ସତର୍କ ସୂଚନା ଦିଆଯାଇଛି।

Comment