ଓଡ଼ିଶାଲାଇଭ୍ ବ୍ୟୁରୋ

ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ କ୍ଷେତ୍ର ପ୍ରଭାବରେ ରାଜ୍ୟର କିଛି ସ୍ଥାନରେ ପ୍ରବଳ ବର୍ଷା ଲାଗି ରହିଛି। ଆଗାମୀ ୪ ଦିନ ପର୍ଯ୍ୟନ୍ତ ଅର୍ଥାତ ୮ ତାରିଖ ପର୍ଯ୍ୟନ୍ତ ବର୍ଷା ଲାଗି ରହିବ। ଏନେଇ ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ନିର୍ଦ୍ଦେଶକ ହବିବୁର ରେହମାନ ବିଶ୍ୱାସ ସୂଚନା ଦେଇଛନ୍ତି।

କଳାହାଣ୍ଡି, କନ୍ଧମାଳ, ଗଞ୍ଜାମ, ଅନୁଗୁଳରେ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ସେହିପରି ଗଜପତି, ରାୟଗଡ଼ା, ବୌଦ୍ଧ, ପୁରୀ, ଖୋର୍ଦ୍ଧା, ନୟାଗଡ଼, ବଲାଙ୍ଗିର, କଟକ, ଜଗତସିଂହପୁର, କେନ୍ଦ୍ରାପଡ଼ା, ଢେଙ୍କାନାଳ, ସୁବର୍ଣ୍ଣପୁର ଜିଲ୍ଲାକୁ ମଧ୍ୟ ସତର୍କ ସୂଚନା ଦିଆଯାଇଛି।

ସେହିପରି ଗତକାଲି  ବାଲେଶ୍ୱରର ରେମୁଣାରେ ସର୍ବାଧିକ ୯୭.୦ ମିଲିମିଟର ବର୍ଷା ହୋଇଥିବା ରେକର୍ଡ ହୋଇଛି। ବର୍ଷାକୁ ଦୃଷ୍ଟିରେ ରଖି ଆଗାମୀ ୪୮ ଘଣ୍ଟା ଯାଏଁ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଭିତରକୁ ନଯିବାକୁ କୁହାଯାଇଛି।

Comment