ଓଡ଼ିଶାଲାଇଭ୍ ବ୍ୟୁରୋ
ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ରାଜ୍ୟରେ ବର୍ଷା ଜାରି ରହିଛି। ଆସନ୍ତାକାଲି ମଧ୍ୟ ରାଜ୍ୟରେ ସେହିପରି ବର୍ଷା ଲାଗି ରହିବ। ବିଶେଷକରି ଉତ୍ତର ଓ ଦକ୍ଷିଣ ଓଡ଼ିଶାରେ ବର୍ଷା ସହ ବଜ୍ରପାତ ହୋଇପାରେ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି।
ଅନ୍ୟପଟେ ବର୍ଷା ସମ୍ଭାବନା କାରଣରୁ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ବିଭିନ୍ନ ଜିଲ୍ଲାକୁ ୱାର୍ଣ୍ଣିଂ ଜାରି କରାଯାଇଛି। ମୋଟ ୧୩ଟି ଜିଲ୍ଲାକୁ ବିଭାଗ ପକ୍ଷରୁ ୟଲୋ ୱାର୍ଣ୍ଣିଂ ଜାରି କରାଯାଇଛି।
Weather Forecast & Warning:-
(Valid up to 0830 hrs IST of 06.10.2020) pic.twitter.com/GP2WGJyBtA— Meteorological Centre, Bhubaneswar (@mcbbsr) October 5, 2020
ଗଜପତି ସହ ଗଞ୍ଜାମ, ରାୟଗଡ଼, ମାଲକାନଗିରି, କୋରାପୁଟ,ନବରଙ୍ଗପୁର, କନ୍ଧମାଳ, କଳାହାଣ୍ଡି, ନୂଆପଡ଼ା, ବଲାଙ୍ଗିର, ବରଗଡ଼, ସମ୍ବଲୁପୁର ଓ ସୋନପୁରକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

















