ଓଡ଼ିଶାଲାଇଭ୍ ବ୍ୟୁରୋ
ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ରାଜ୍ୟରେ ଆସନ୍ତାକାଲି ପର୍ଯ୍ୟନ୍ତ ବର୍ଷା ହେବ। ଏଥିପାଇଁ ଆଜି ପାଣିପାଗ ବିଭାଗ ୧୦ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି।
ପାଣିପାଗ ବିଭାଗର ସୂଚନା ଅନୁସାରେ, ଅକ୍ଟୋବର ୭ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷା ହେବ। ଏହାପରେ ବର୍ଷାର ପରିମାଣ ସାମାନ୍ୟ କମିବ। ହେଲେ ୯ ତାରିଖ ଆଡ଼କୁ ଆଣ୍ଡାମାନ ସାଗରରେ ସୃଷ୍ଟି ହେବାକୁ ଥିବା ଲଘୁଚାପ ପ୍ରଭାବରେ ୧୧ ତାରିଖରୁ ରାଜ୍ୟରେ ପୁଣିଥରେ ବର୍ଷା ଆରମ୍ଭ ହୋଇଯିବ।
Weather Forecast & Warning:-
(Valid up to 0830 hrs IST of 07.10.2020) pic.twitter.com/i2Xml8FN6x— Meteorological Centre, Bhubaneswar (@mcbbsr) October 6, 2020
ଅନ୍ୟପଟେ ଆସନ୍ତାକାଲି ରାଜ୍ୟର ବିଭିନ୍ନ ଅଞ୍ଚଳରେ ବର୍ଷା ହେବା ନେଇ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ବିଶେଷକରି ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ବରଗଡ଼, ବଲାଙ୍ଗିର, ଝାରସୁଗୁଡ଼ା, ସୁନ୍ଦରଗଡ଼, ବାଲେଶ୍ୱର, ଭଦ୍ରକ ଓ କେନ୍ଦ୍ରାପଡ଼ା ଜିଲ୍ଲାରେ ବର୍ଷା ହୋଇପାରେ ବୋଲି ପାଣିପାଗ ବିଭାଗ ସୂଚନା ଦେଇଛି। ଏହି ସବୁ ଜିଲ୍ଲାକୁ ୟଲୋ ୱାର୍ଣ୍ଣିଂ ଜାରି କରାଯାଇଛି।















