ଓଡ଼ିଶାଲାଇଭ୍ ବ୍ୟୁରୋ

ଆଜି ରାଜ୍ୟରେ କରୋନାରୁ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ୩୪୫୫ ଜଣ ଆକ୍ରାନ୍ତ। ଏଥିସହ ରାଜ୍ୟରେ କରୋନାରୁ ସୁସ୍ଥ ରୋଗୀଙ୍କ ସଂଖ୍ୟା ୨,୧୩,୬୭୨କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଟୁଇଟ୍ କରି ସୂଚନା ଦେଇଛନ୍ତି।

ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୫୭୧ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ସେହିପରି କଟକରୁ ୨୯୨, ପୁରୀରୁ ୨୫୪, ଅନୁଗୁଳରୁ ୧୭୫, ଯାଜପୁରରୁ ୧୬୬, ବରଗଡ଼ରୁ ୧୩୩, ମୟୂରଭଞ୍ଜରୁ ୧୨୬, ବାଲେଶ୍ୱରରୁ ୧୨୦ ଓ କେନ୍ଦୁଝରରୁ ୧୦୧ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।

 

Comment