ଓଡ଼ିଶାଲାଇଭ୍ କରୋନା ବ୍ୟୁରୋ

  • ଦିନକରେ ୭୨,୦୪୯ ଆକ୍ରାନ୍ତ, ୯୮୬ ମୃତ
  • ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୬୭,୫୭,୧୩୨କୁ ବୃଦ୍ଧି
  • ମୋଟ କରୋନାଜନିତ ମୃତ୍ୟୁସଂଖ୍ୟା ୧,୦୪,୫୫୫କୁ ବୃଦ୍ଧି

ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା କ୍ରମାଗତ ଭାବେ ବଢ଼ିଚାଲିଛି। ଆଜି ଗୋଟିଏ ଦିନରେ ପୁଣି ୭୨ ହଜାରରୁ ଉର୍ଦ୍ଧ୍ଵ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ମୋଟ କରୋନା ପଜିଟିଭ୍ ସଂଖ୍ୟା ୬୭ ଲକ୍ଷ ୫୭ ହଜାର ପାର୍ କରିଛି। ଏନେଇ କେନ୍ଦ୍ର ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ସୂଚନା ମିଳିଛି।

ସ୍ଵାସ୍ଥ୍ୟ ମନ୍ତ୍ରାଳୟର ତାଜା ତଥ୍ୟ ଅନୁସାରେ ଆଜି ୭୨,୦୪୯ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥିସହିତ ଦେଶରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୬୭,୫୭,୧୩୨କୁ ବୃଦ୍ଧି ପାଇଛି। ସେଥିମଧ୍ୟରୁ ୫୭,୪୪,୬୯୩ ଜଣ ସୁସ୍ଥ ହୋଇଥିବା ବେଳେ ୯,୦୭,୮୮୩ଟି ଆକ୍ଟିଭ୍ କେସ୍ ରହିଛି।ସେହିପରି ଆଜି ୯୮୬ ଜଣ ଆକ୍ରାନ୍ତ ପ୍ରାଣ ହରାଇଛନ୍ତି। ଏହାକୁ ମିଶାଇ ଦେଶରେ ମୋଟ କରୋନାଜନିତ ମୃତ୍ୟୁସଂଖ୍ୟା ୧,୦୪,୫୫୫କୁ ବୃଦ୍ଧି ପାଇଛି।

Comment