ଓଡ଼ିଶାଲାଇଭ୍‌ ବ୍ୟୁରୋ

ଭୁବନେଶ୍ୱର ରାଜଭବନ ଛକ ନିକଟରେ ଥିବା ପେଟ୍ରୋଲ ପମ୍ପ ବିସ୍ଫୋରଣ ଘଟଣାକୁ ନେଇ କେନ୍ଦ୍ର ପେଟ୍ରୋଲିୟମ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି। ତୁରନ୍ତ ଘଟଣାର ତଦନ୍ତ କରି ରିପୋର୍ଟ ଦେବାକୁ ସେ ପେଟ୍ରୋଲିୟମ ଓ ପ୍ରାକୃତିକ ଗ୍ୟାସ ବିଭାଗର ସଚିବଙ୍କୁ ନିର୍ଦ୍ଦେଶ ଦେଇଛନ୍ତି।

ଏଥିସହ ଧର୍ମେନ୍ଦ୍ର ପ୍ରଧାନ  ରାଜ୍ୟ ସରକାରଙ୍କ ବରିଷ୍ଠ ଅଧିକାରୀ ଓ ଇଣ୍ଡିଆନ ଅଏଲର ଅଧିକାରୀମାନଙ୍କ ସହ ଆଲୋଚନା କରିବା ସହିତ ଆହତଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି। ଏନେଇ ସେ ଟୁଇଟ କରି ସୂଚନା ଦେଇଛନ୍ତି।

ବୁଧବାର ଦିନ ୧ଟା ହେବ ପେଟ୍ରୋଲ ପମ୍ପରେ ଥିବା ଗ୍ୟାସ୍ ଫିଲିଙ୍ଗ୍ ଷ୍ଟେସନରେ ନିଆଁ ଲାଗିବା ସହିତ ଭୟଙ୍କର ବିସ୍ଫୋରଣ ଘଟିଥିଲା। ଏଥରେ ଅନେକ ଗୁରତର ଆହତ ହୋଇଛନ୍ତି। କୌଣସି ବ୍ୟକ୍ତିଙ୍କ ମୃତ୍ୟୁ ନେଇ ଏଯାଏଁ ସୂଚନା ମିଳିନାହିଁ।

ଖବର ପାଇଁ ଅଗ୍ନିଶମ କର୍ମଚାରୀ ତୁରନ୍ତ ଆସି ନିଆଁ ଲିଭାଇବାକୁ ଚେଷ୍ଟା କରିଥିଲେ। ତେବେ ଏହି ଗ୍ୟାସ୍ ଫିଲିଙ୍ଗ୍ ଷ୍ଟେସନରେ କେଉଁ କାରଣରୁ ନିଆଁ ଲାଗିଲା ସେ ନେଇ କୌଣସି ସ୍ପଷ୍ଟ ସୂଚନା ମିଳିପାରିନାହିଁ।

Comment