ଓଡ଼ିଶାଲାଇଭ୍ ବ୍ୟୁରୋ
ଉତ୍ତର ଆଣ୍ଡାମାନ ସାଗର ଓ ସଂଲଗ୍ନ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ଏକ ଲଘୁଚାପ ଦାନା ବାନ୍ଧୁଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଏହା ଅବପାତର ରୂପ ନେବ। ଏହାର ପ୍ରଭାବରେ ଆସନ୍ତା ୧୧ ତାରିଖରୁ ରାଜ୍ୟରେ ବର୍ଷା ହେବାନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ।
ଆସନ୍ତା ଦୁଇ ଦିନ ରାଜ୍ୟରେ ପାଗ କୋହଲା ରହିଲେ ମଧ୍ୟ ବର୍ଷା ହେବାର ସେଭଳି କୌଣସି ସମ୍ଭାବନା ନାହିଁ। ହେଲେ ୧୧ ତାରିଖରୁ ୧୩ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଅଞ୍ଚଳରେ ବର୍ଷା ହୋଇପାରେ।

ବିଶେଷକରି ଗଜପତି, ଗଞ୍ଜାମ, କୋରାପୁଟ ଓ ରାୟଗଡ଼ା ଜିଲ୍ଲାରେ ୧୧ ତାରିଖ ଦିନ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ। ସେହିପରି ସେହିଦିନ ମାଲକାନଗିରି, କନ୍ଧମାଳ,ପୁରୀ, ଜଗତସିଂହପୁର, ଖୋର୍ଦ୍ଧା ଓ ନବରଙ୍ଗପୁର ଜିଲ୍ଲାର କିଛି ଜିଲ୍ଲାରେ ଅଳ୍ପରୁ ମଧ୍ୟମ ଧରଣର ବର୍ଷା ହେବ ବୋଲି କୁହାଯାଇଛି
ସେହିପରି ୧୨ ଓ ୧୩ ତାରିଖ ମଧ୍ୟ ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି, ଗଞ୍ଜାମ, ପୁରୀ, ନବରଙ୍ଗପୁର, କଳାହାଣ୍ଡି, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା ଓ ଜଗତସିଂହପୁରରେ ବର୍ଷା ହୋଇପାରେ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି।

















