ଓଡ଼ିଶାଲାଇଭ୍ ବ୍ୟୁରୋ

ଉତ୍ତର ଆଣ୍ଡାମାନ ସାଗର ଓ ସଂଲଗ୍ନ ଅଞ୍ଚଳରେ ସୃଷ୍ଟି ହୋଇଥିବା ଲଘୁଚାପ ଏବେ ଆହୁରି ଅଧିକ ଘନୀଭୂତ ହେବାରେ ଲାଗିଛି। ଏହାର ପ୍ରଭାବରେ କାଲିଠୁ ରାଜ୍ୟରେ ବର୍ଷା ଲାଗିରହିବ। ଏନେଇ ଆଜି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଜାରି କରାଯାଇଛି।

ଆସନ୍ତାକାଲି ରାଜ୍ୟର ଗଞ୍ଜାମ ଓ ପୁରୀ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ। ଏଥିପାଇଁ ଏହି ଦୁଇ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ସେହିପରି ୧୨ ତାରିଖ ପାଇଁ ଗଜପତି, ଗଞ୍ଜାମ, ପୁରୀ, ରାୟଗଡ଼ା, ଜଗତସିଂହପୁର, ମାଲକାନଗିରି ଓ କୋରାପୁଟ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।୧୩ ତାରିଖରେ ରାଜ୍ୟର ବିଭିନ୍ନ ଅଞ୍ଚଳରେ ବର୍ଷା ହେବ। ଏଥିପାଇଁ ଗଜପତି, ଗଞ୍ଜାମ, ପୁରୀ, ରାୟଗଡ଼ା ଓ କୋରାପୁଟକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ସେହିପରି ମାଲକାନଗିରି, କନ୍ଧମାଳ, ନୟାଗଡ଼, ଖୋର୍ଦ୍ଧା, କଟକ, ଜଗତସିଂହପୁର, କେନ୍ଦ୍ରାପଡ଼ା ଓ ଭଦ୍ରକକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ଏହି ଦିନମାନଙ୍କରେ ପବନର ବେଗ ୪୫ରୁ ୫୫ କିଲୋମିଟର ପ୍ରତି ଘଣ୍ଟା ରହିବ। ସେହି କାରଣରୁ ମତ୍ସ୍ୟଜୀବୀମାନଙ୍କୁ ସମୁଦ୍ର ଯିବାକୁ ମନା କରାଯାଇଛି।

Comment