ଓଡ଼ିଶାଲାଇଭ୍ ବ୍ୟୁରୋ

ଉତ୍ତର ଆଣ୍ଡାମାନ ଓ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଆଜି ଅବପାତରେ ପରିଣତ ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ଉପକୂଳ ଓ ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷା ହେବା ନେଇ ଆଞ୍ଚଳିକ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି।

ପାଣିପାଗ ବିଭାଗର ସୂଚନା ଅନୁଯାୟୀ ଅବପାତର ରୂପ ନେବା ପରେ ଏହା ପଶ୍ଚିମ ଓ ଉତ୍ତର ପଶ୍ଚିମ ଦିଗରେ ଗତି କରିବାର ସମ୍ଭାବନା ରହିଛି। ପରେ ଏହା ତୀବ୍ର ଅବପାତରେ ପରିଣତ ହୋଇ ୧୨ ତାରିଖରେ ଆନ୍ଧ୍ର ଉପକୂଳ ଛୁଇଁବ।

ଏହାର ପ୍ରଭାବରେ ଓଡ଼ିଶାର ବିଭିନ୍ନ ଜିଲ୍ଲାରେ ଆସନ୍ତା ୧୧ରୁ ୧୩ ତାରିଖ ପର୍ଯ୍ୟନ୍ତ ପ୍ରବଳ ବର୍ଷାର ସମ୍ଭାବନା ରହିଥିବା ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି। ବିଶେଷକରି ଦକ୍ଷିଣ ଉପକୂଳ ଓଡ଼ିଶାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ନେଇ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି।ସମ୍ଭାବ୍ୟ ବର୍ଷାକୁ ଦୃଷ୍ଟିରେ ରଖି ଗଜପତି, ଗଞ୍ଜାମ, ରାୟଗଡ଼ା ଓ ପୁରୀ ଜିଲ୍ଲା ପାଇଁ ଅରେଞ୍ଜ ଓ୍ଵାର୍ଣ୍ଣିଂ ଜାରି ହୋଇଛି। ସେହିପରି ମାଲକାନଗିରି, କୋରାପୁଟ, କନ୍ଧମାଳ, ଜଗତସିଂହପୁର, ଖୋର୍ଦ୍ଧା ଓ ନୟାଗଡ଼ ଜିଲ୍ଲା ପାଇଁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି।

ଅନ୍ୟପଟେ ଆଜିଠୁ ସମୁଦ୍ର ମଧ୍ୟକୁ ନଯିବା ଲାଗି ମତ୍ସ୍ୟଜୀବୀମାନଙ୍କୁ ପରାମର୍ଶ ଦିଆଯାଇଛି।

Comment