ଓଡ଼ିଶାଲାଇଭ୍ କରୋନା ବ୍ୟୁରୋ

  • ଦିନକରେ ୨,୮୫୪ କରୋନା ପଜିଟିଭ୍
  • କ୍ଵାରେଣ୍ଟାଇନ୍‌ରୁ ୧,୬୫୯ ଜଣ ଓ ସ୍ଥାନୀୟ ଅଞ୍ଚଳରୁ ୧,୧୯୫ ଜଣ ଚିହ୍ନଟ
  • ରାଜ୍ୟରେ ମୋଟ କରୋନା ପଜିଟିଭ୍ ସଂଖ୍ୟା ୨,୪୯,୬୯୩କୁ ବୃଦ୍ଧି

ରାଜ୍ୟରେ କରୋନା ସଂକ୍ରମଣ କମିବାର ନାଁ ଧରୁନାହିଁ। ଆଜି ସମସ୍ତ ୩୦ ଜିଲ୍ଲା ଓ ଷ୍ଟେଟ୍‌ ପୁଲ୍‌ରୁ ପୁଣି ୨,୮୫୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରେ କ୍ଵାରେଣ୍ଟାଇନ୍‌ରୁ ୧,୬୫୯ ଜଣ ଓ ସ୍ଥାନୀୟ ଅଞ୍ଚଳରୁ ୧,୧୯୫ ଜଣ ପଜିଟିଭ୍ ଅଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି।

ଆଜି ଖୋର୍ଦ୍ଧାରୁ ସର୍ବାଧିକ ୩୯୩ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେହିପରି କଟକରୁ ୨୪୪ ଜଣ, ସୁନ୍ଦରଗଡ଼ରୁ ୧୪୩ ଜଣ, ଅନୁଗୁଳରୁ ୧୩୧ ଜଣ, ମୟୂରଭଞ୍ଜରୁ ୧୨୭ ଜଣ, ବାଲେଶ୍ଵରରୁ ୧୧୬ ଜଣ, ପୁରୀରୁ ୧୧୪ ଜଣ ଓ କଳାହାଣ୍ଡି ଓ ସମ୍ବଲପୁରରୁ ୧୦୫ ଜଣ ଲେଖାଏଁ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ କରୋନା ପଜିଟିଭ୍ ସଂଖ୍ୟା ୨,୪୯,୬୯୩କୁ ବୃଦ୍ଧି ପାଇଛି। ସେଥିମଧ୍ୟରୁ ୨,୨୦,୩୮୮ ଜଣ ସୁସ୍ଥ ହୋଇଥିବା ବେଳେ ୨୮,୨୪୬ ଜଣ ଆକ୍ରାନ୍ତ ଚିକିତ୍ସାଧୀନ ଅଛନ୍ତି।

Comment