ଓଡ଼ିଶାଲାଇଭ୍ ବ୍ୟୁରୋ
ବିହାର ବିଧାନସଭା ନିର୍ବାଚନ ପାଇଁ ଷ୍ଟାର ପ୍ରଚାରକଙ୍କ ତାଲିକା ଘୋଷଣା କରିଛି ବିଜେପି। ୩୦ ଜଣିଆ ଏହି ତାଲିକାରେ ବିଜେପି ନିଜର ବହୁ ନେତା ମନ୍ତ୍ରୀମାନଙ୍କୁ ସାମିଲ କରିଛି। ଏହି ନେତାମାନେ ବିହାର ବିଧାନସଭା ନିର୍ବାଚନ ପାଇଁ ଦଳର ପ୍ରଚାର କରିବେ।
ଏହି ଲିଷ୍ଟରେ ପ୍ରଥମ ସ୍ଥାନରେ ରହିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ଏହାପରେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ, ବିଜେପି ଅଧ୍ୟକ୍ଷ ଜେପି ନଡ୍ଡା, ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ ମଧ୍ୟ ବିହାରରେ ପ୍ରଚାର କରିବେ ବୋଲି ଦଳ ପକ୍ଷରୁ କୁହାଯାଇଛି।ସେହିପରି ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ, ବିହାର ବିଜେପି ଅଧ୍ୟକ୍ଷ ସଞ୍ଜୟ ଜୟସୱାଲ ଓ ସୁଶୀଲ କୁମାର ମୋଦୀ ପ୍ରଚାରକ ତାଲିକାରେ ସ୍ଥାନ ପାଇଛନ୍ତି।
କରୋନା କାଳରେ ବିହାରରେ ବିଧାନସଭା ନିର୍ବାଚନ ହେଉଛି। ଅକ୍ଟୋବର ୨୮ ତାରିଖରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନ ହେବ। ଏଥିରେ ୭୧ଟି ବିଧାନସଭା ଆସନ ପାଇଁ ଭୋଟ ଗ୍ରହଣ ହେବ। ସେହିପରି ନଭେମ୍ବର ୩ରେ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନରେ ୯୪ଟି ଆସନ ପାଇଁ ଭୋଟ ଗ୍ରହଣ ହେବ। ଏହାପରେ ନଭେମ୍ବର ୭ରେ ଶେଷ ପର୍ଯ୍ୟାୟ ଅର୍ଥାତ ତୃତୀୟ ପର୍ଯ୍ୟାୟ ନିର୍ବାଚନ ହେବ। ତିନୋଟି ପର୍ଯ୍ୟାୟରେ ଭୋଟ ଗ୍ରହଣ ଶେଷ ହେବା ପରେ ନଭେମ୍ବର ୧୦ ତାରିଖରେ ଭୋଟଗୁଡ଼ିକର ଗଣନା କରାଯାଇ ନିର୍ବାଚନ ଫଳ ଘୋଷଣା ହେବ।