ଓଡ଼ିଶାଲାଇଭ୍ ବ୍ୟୁରୋ

ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଅବପାତର ରୂପ ନେଇସାରିଛି। ଏବେ ଏହା ପଶ୍ଚିମ ଓ ଉତ୍ତର ଦିଗରେ ଗତି କରୁଛି। ଏହାର ପ୍ରଭାବରେ ରାଜ୍ୟରେ ଆସନ୍ତା ୧୪ ତାରିଖ ପର୍ଯ୍ୟନ୍ତ ବର୍ଷା ହେବ ବୋଲି ପାଣିପାଗ ବିଭାଗ ସୂଚନା ଦେଇଛି।

ପାଣିପାଗ ବିଭାଗ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ନେଇ ୫ଟି ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ଆସନ୍ତାକାଲି ସୁଦ୍ଧା ମାଲକାନଗିରି, ରାୟଗଡ଼ା, କୋରାପୁଟ, ଗଜପତି ଓ ଗଞ୍ଜାମରେ ପ୍ରବଳ ବର୍ଷା ହେବ। ସେହିପରି ନବରଙ୍ଗପୁର, କନ୍ଧମାଳ, ପୁରୀ ଓ ଖୋର୍ଦ୍ଧା ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।ସେହିପରି ୧୪ ତାରିଖ ପାଇଁ ମାଲକାନଗିରି, ରାୟଗଡ଼ା, କୋରାପୁଟ, ନବରଙ୍ଗପୁର, ଗଜପତି, ଗଞ୍ଜାମ, ପୁରୀ ଓ ଜଗତସିଂହପୁର ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

Comment