ଓଡ଼ିଶାଲାଇଭ୍ ବ୍ୟୁରୋ

ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଅବପାତର ରୂପ ନେଇଛି। ଆଗାମୀ କିଛି ଘଣ୍ଟାରେ ଏହା ଗଭୀର ଅବପାତ ରୂପ ନେବାର ସମ୍ଭାବନା ରହିଛି।

ଏହା ବିଶାଖାପାଟଣାରୁ ଦକ୍ଷିଣ-ଦକ୍ଷିଣପୂର୍ବରେ ୨୮୦ କିଲୋମିଟର ଦୂରରେ ଏବେ କେନ୍ଦ୍ରୀଭୂତ ହୋଇ ରହିଛି। ଆଜି ମଧ୍ୟରାତିରେ ନାର୍ସାପୁର ଓ ବିଶାଖାପାଟଣା ଦେଇ ଅତିକ୍ରମ  କରିବ। ଏବେ ଏହା ଘଣ୍ଟାକୁ ୪ କିଲୋମିଟର ବେଗରେ ଗତି କରୁଛି। ଏହାରି ପ୍ରଭାବରେ ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷା ସାଙ୍ଗକୁ ୪୫ରୁ ୫୫ କିଲୋମିଟର ବେଗରେ ପବନ ବୋହିବାର ସମ୍ଭାବନା ରହିଛି।

ଆଜି ପାଇଁ ମାଲକାନଗିରି, ରାୟଗଡ଼ା, କୋରପୁଟ, ଗଜପତି ଓ ଗଞ୍ଜାମ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ସେହିପରି ୧୩ ତାରିଖ ପାଇଁ ମାଲକାନଗିରି, ରାୟଗଡ଼ା, କୋରାପୁଟ, ଗଜପତି ଓ ଗଞ୍ଜାମକୁ ଅରେଞ୍ଜ ୱାର୍ଣ୍ଣିଂ ଏବଂ ନବରଙ୍ଗପୁର, କନ୍ଧମାଳ, ପୁରୀ, ନୟାଗଡ଼, ଖୋର୍ଦ୍ଧା, ଜଗତସିଂହପୁର, କେନ୍ଦ୍ରାପଡ଼ା, ଭଦ୍ରକ ଓ କଟକକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ଅନ୍ୟପଟେ ୧୪ ତାରିଖରେ ରାଜ୍ୟର ନବରଙ୍ଗପୁର, ନୂଆପଡ଼ା, ମାଲକାନଗିରି, କୋରାପୁଟ, ଗଜପତି, ରାୟଗଡ଼ା ଓ ଗଞ୍ଜାମ ଜିଲ୍ଲାର କିଛି ଅଞ୍ଚଳରେ ବର୍ଷା ହେବ। ସେଥିପାଇଁ ପାଣିପାଗ ବିଭାଗ ଏହି ସବୁ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି।

Comment