ଓଡ଼ିଶାଲାଇଭ୍ ବ୍ୟୁରୋ

 

ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଏବେ ଗଭୀର ଅବପାତର ରୂପ ନେଉଛି। ଏହା ପ୍ରଭାବରେ ରାଜ୍ୟର ବିଭିନ୍ନ ଅଞ୍ଚଳରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ। ଏନେଇ ପୂର୍ବାନୁମାନ କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର।

ପାଣିପାଗ ବିଭାଗର ସୂଚନା ଅନୁଯାୟୀ, ଏହି ଅବପାତ କାରଣରୁ ରାଜ୍ୟରେ ଆସନ୍ତା ୧୪ ତାରିଖ ପର୍ଯ୍ୟନ୍ତ ବର୍ଷା ହେବ। ଏହି ସମୟରେ ପବନର ବେଗ ପାଖାପାଖି ୪୫ରୁ ୫୫ କିଲୋମିଟର ପ୍ରତି ଘଣ୍ଟା ରହିବ। ଏଥିପାଇଁ ବିଭିନ୍ନ ଜିଲ୍ଲାକୁ ୱାର୍ଣ୍ଣିଂ ଜାରି କରାଯାଇଛି।ଆଜି ପାଇଁ ମାଲକାନଗିରି, ରାୟଗଡ଼ା, କୋରପୁଟ, ଗଜପତି ଓ ଗଞ୍ଜାମ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ସେହିପରି ୧୩ ତାରିଖ ପାଇଁ ମାଲକାନଗିରି, ରାୟଗଡ଼ା, କୋରାପୁଟ, ଗଜପତି ଓ ଗଞ୍ଜାମକୁ ଅରେଞ୍ଜ ୱାର୍ଣ୍ଣିଂ ଏବଂ ନବରଙ୍ଗପୁର, କନ୍ଧମାଳ, ପୁରୀ, ନୟାଗଡ଼, ଖୋର୍ଦ୍ଧା, ଜଗତସିଂହପୁର, କେନ୍ଦ୍ରାପଡ଼ା, ଭଦ୍ରକ ଓ କଟକକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ଅନ୍ୟପଟେ ୧୪ ତାରିଖରେ ରାଜ୍ୟର ନବରଙ୍ଗପୁର, ନୂଆପଡ଼ା, ମାଲକାନଗିରି, କୋରାପୁଟ, ଗଜପତି, ରାୟଗଡ଼ା ଓ ଗଞ୍ଜାମ ଜିଲ୍ଲାର କିଛି ଅଞ୍ଚଳରେ ବର୍ଷା ହେବ। ସେଥିପାଇଁ ପାଣିପାଗ ବିଭାଗ ଏହି ସବୁ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି।

 

Comment