ଓଡ଼ିଶାଲାଇଭ୍ ବ୍ୟୁରୋ

ଟୁଇନ୍‌ ସିଟିରେ ପ୍ରବଳ ବର୍ଷା ସମ୍ଭାବନା। ଗଭୀର ଅବପାତ ପ୍ରଭାବରେ କଟକ ଓ ଭୁବନେଶ୍ଵରରେ ଆଜି ଦିନ ୧୨ଟା ୩୦ ପର୍ଯ୍ୟନ୍ତ ପ୍ରବଳ ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ ବିଭାଗ। ଘଣ୍ଟାପ୍ରତି ୨ରୁ ୩ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ ବୋଲି ପାଣିପାଗ ବିଭାଗ ସୂଚନା ଦେଇଛି।

ପ୍ରବଳ ବର୍ଷା କାରଣରୁ ଟୁଇନ୍ ସିଟିରେ ରାସ୍ତା ଅଳ୍ପ ଦୃଶ୍ୟମାନ ହେବ ଏବଂ ଟ୍ରାଫିକ୍ ସମସ୍ୟା ଉପୁଜିବ। ତେଣୁ ସମସ୍ତଙ୍କୁ ସତର୍କ ରହିବାକୁ ପାଣିପାଗ ବିଭାଗ ପକ୍ଷରୁ ପରାମର୍ଶ ଦିଆଯାଇଛି।ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଗଭୀର ଅବପାତରେ ପରିଣତ ହେବା ପରେ ଆଜି ସ୍ଥଳଭାଗ ଅତିକ୍ରମ କରିଛି। ଏହାର ପ୍ରଭାବରେ ରାଜ୍ୟର ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ଜାରି ରହିଛି।

Comment