ଓଡ଼ିଶାଲାଇଭ୍ ବ୍ୟୁରୋ

ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଅବପାତର ରୂପ ନେଇ ଆନ୍ଧ୍ରପ୍ରଦେଶ କାକିନାଡ଼ାଠାରେ ସ୍ଥଳଭାଗ ଛୁଇଁଛି। ଏହାର ପ୍ରଭାବରେ ଆନ୍ଧ୍ରପ୍ରଦେଶ ସମେତ ରାଜ୍ୟର ଦକ୍ଷିଣ-ପୁର୍ବ ଉପକୂଳବର୍ତ୍ତୀ ଜିଲ୍ଲାଗୁଡ଼ିକରେ ଆସନ୍ତାକାଲି ଘଡ଼ଘଡ଼ି ସହ ପ୍ରବଳ ବର୍ଷା ହେବ ବୋଲି ପାଣିପାଗ ବିଭାଗ ସୂଚନା ଦେଇଛି।

ପାଣିପାଗ ବିଭାଗ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ନେଇ ରାଜ୍ୟର ଦକ୍ଷିଣ ଏବଂ ଉତ୍ତର-ପୂର୍ବ ଉପକୂଳବର୍ତ୍ତୀ ୧୦ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି।

ୟେଲୋ ଓ୍ଵାର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲାଗୁଡିକ ହେଲା ମାଲକାନଗିରି, ରାୟଗଡ଼ା, କୋରାପୁଟ, ଗଜପତି, ଖୋର୍ଦ୍ଧା, ପୁରୀ,କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର ଓ ଗଞ୍ଜାମ।  ଏହି ଜିଲ୍ଲାଗୁଡ଼ିକରେ କାଲି ସକାଳେ ଘଡ଼ଘଡ଼ି ସହ ପ୍ରବଳ ବର୍ଷା ହେବାନେଇ ପାଣିପାଗ ବିଭାଗ ସତର୍କ କରାଇଛି।

Comment