ଓଡ଼ିଶାଲାଇଭ୍ କରୋନା ବ୍ୟୁରୋ

  • ଦିନକରେ ପୁଣି ୨,୨୭୫ ପଜିଟିଭ୍
  • କ୍ଵାରେଣ୍ଟାଇନ୍‌ରୁ ୧,୩୧୮ ଜଣ ଓ ସ୍ଥାନୀୟ ଅଞ୍ଚଳରୁ ୯୫୭ ଜଣ ଚିହ୍ନଟ
  • ମୋଟ କରୋନା ପଜିଟିଭ୍ ସଂଖ୍ୟା ୨,୫୬,୯୩୭କୁ ବୃଦ୍ଧି
  • ଆଖି ବୁଜିଲେ ଆଉ ୧୭ ଆକ୍ରାନ୍ତ
  • ମୋଟ ମୃତ୍ୟୁସଂଖ୍ୟା ୧,୦୫୭କୁ ବୃଦ୍ଧି

ରାଜ୍ୟର ସମସ୍ତ ୩୦ ଜିଲ୍ଲା ଓ ଷ୍ଟେଟ୍‌ ପୁଲ୍‌ରୁ ଆଜି ପୁଣି ୨,୨୭୫ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରେ କ୍ଵାରେଣ୍ଟାଇନ୍‌ରୁ ୧,୩୧୮ ଜଣ ଓ ସ୍ଥାନୀୟ ଅଞ୍ଚଳରୁ ୯୫୭ ଜଣ ପଜିଟିଭ୍ ଅଛନ୍ତି। ସେହିପରି ଆଜି ୧୭ ଜଣ ଆକ୍ରାନ୍ତ ପ୍ରାଣ ହରାଇଥିବା ନେଇ ସ୍ଵାସ୍ଥ୍ୟ ବିଭାଗ ସୂଚନା ଦେଇଛି।

ଆଜି ଖୋର୍ଦ୍ଧାରୁ ସର୍ବାଧିକ ୩୬୪ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେହିପରି ସୁନ୍ଦରଗଡ଼ରୁ ୧୫୦ ଜଣ, କଟକରୁ ୧୪୪ ଜଣ, ଅନୁଗୁଳରୁ ୧୩୬ ଜଣ, ବାଲେଶ୍ଵରରୁ ୧୧୧ ଜଣ, ମୟୂରଭଞ୍ଜରୁ ୧୧୦ ଜଣ, ଝାରସୁଗୁଡ଼ାରୁ ୧୦୦ ଜଣ ଆକ୍ରାନ୍ତ ଅଛନ୍ତି।

ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ କରୋନା ପଜିଟିଭ୍ ସଂଖ୍ୟା ୨,୫୬,୯୩୭କୁ ବୃଦ୍ଧି ପାଇଛି। ସେଥିମଧ୍ୟରୁ ୨,୩୦,୧୯୨ ଜଣ ସୁସ୍ଥ ହୋଇଥିବା ବେଳେ ୨୫,୬୩୫ ଜଣ ଚିକିତ୍ସାଧୀନ ଅଛନ୍ତି। ଅନ୍ୟପଟେ ଆଜିର ୧୭ ମୃତକଙ୍କୁ ମିଶାଇ ରାଜ୍ୟରେ ମୋଟ କରୋନାଜନିତ ମୃତ୍ୟୁସଂଖ୍ୟା ୧,୦୫୭ରେ ପହଞ୍ଚିଛି।

Comment