ଓଡ଼ିଶାଲାଇଭ୍ ବ୍ୟୁରୋ

ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଗଭୀର ଅବପାତରେ ପରିଣତ ହୋଇ ଗତକାଲି ସ୍ଥଳଭାଗ ଅତିକ୍ରମ କରିଛି। ଏହାର ପ୍ରଭାବରେ ଆଜି ରାଜ୍ୟର ବିଭିନ୍ନ ସ୍ଥାନରେ ଘଡ଼ଘଡ଼ି ସହ ପ୍ରବଳ ବର୍ଷା ହେବା ନେଇ ଆଞ୍ଚଳିକ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି।

ପାଣିପାଗ ବିଭାଗର ସୂଚନା ଅନୁଯାୟୀ, ଆଜି ଦିନ ୧୧ଟା ପର୍ଯ୍ୟନ୍ତ ୧୭ଟି ଜିଲ୍ଲାରେ ପ୍ରବଳ ବର୍ଷା ସହ ବଜ୍ରପାତ ହେବାର ସମ୍ଭାବନା ରହିଛି। ଏହି ଜିଲ୍ଲାଗୁଡ଼ିକ ହେଲା- କନ୍ଧମାଳ, ଜଗତସିଂହପୁର, କଟକ ସହର ସମେତ କଟକ ଜିଲ୍ଲା, ଭୁବନେଶ୍ଵର ସମେତ ଖୋର୍ଦ୍ଧା, ରାୟଗଡ଼ା, ଯାଜପୁର, ସୁବର୍ଣ୍ଣପୁର, ମୟୂରଭଞ୍ଜ, ଭଦ୍ରକ, ଅନୁଗୁଳ, ସମ୍ବଲପୁର, ନୟାଗଡ଼, ଗଞ୍ଜାମ, ଗଜପତି, କୋରାପୁଟ ଓ ମାଲକାନଗିରି। ଏହି ସମସ୍ତ ଜିଲ୍ଲା ପାଇଁ ଆଲର୍ଟ ଜାରି କରାଯାଇଛି।ସମ୍ଭାବ୍ୟ ବଜ୍ରପାତ ଓ ବର୍ଷାକୁ ଦୃଷ୍ଟିରେ ରଖି ସମସ୍ତଙ୍କୁ ସତର୍କ ରହିବାକୁ ପାଣିପାଗ ବିଭାଗ ପକ୍ଷରୁ ପରାମର୍ଶ ଦିଆଯାଇଛି।

Comment