ଓଡ଼ିଶାଲାଇଭ୍ ବ୍ୟୁରୋ

ଗଭୀର ଅବପାତ ପ୍ରଭାବରେ ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିଥିବା ବେଳେ ଆଉ ଏକ ଲଘୁଚାପ ସୃଷ୍ଟି ହେବା ନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ ବିଭାଗ। ଆସନ୍ତା ୧୯ ତାରିଖରେ କେନ୍ଦ୍ରୀୟ ବଙ୍ଗୋପସାଗରରେ ଏକ ଲଘୁଚାପ ବଳୟ ସୃଷ୍ଟି ହୋଇପାରେ ବୋଲି ପାଣିପାଗ ବିଭାଗ ସୂଚନା ଦେଇଛି।

ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଗଭୀର ଅବପାତରେ ପରିଣତ ହେବା ପରେ ସ୍ଥଳଭାଗ ଛୁଇଁଛି। ଏହାର ପ୍ରଭାବରେ ରାଜ୍ୟର ବିଭିନ୍ନ ଜିଲ୍ଲାରେ ବର୍ଷା ଲାଗି ରହିଛି।
କେତେକ ସ୍ଥାନରେ ପୋଲ ଭାସିଯିବା ଫଳରେ ଯାତାୟତରେ ସମସ୍ୟା ହେଉଛି। ଲଗାଣ ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି। ଅକ୍ଟୋବର ୧୯ରେ ଯଦି ଆଉ ଏକ ଲଘୁଚାପ ସୃଷ୍ଟି ହୁଏ ତେବେ ଏହି ସମସ୍ୟା ବଢ଼ିବା ନେଇ ଆଶଙ୍କା କରାଯାଉଛି।

Comment