ଓଡ଼ିଶାଲାଇଭ୍ ବ୍ୟୁରୋ
ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ପ୍ରଭାବରେ ରାଜ୍ୟର ବିଭିନ୍ନ ଜିଲ୍ଲାରେ ଏବେ ବର୍ଷା ଲାଗି ରହିଥିବା ବେଳେ ଆସନ୍ତା କାଲି ମଧ୍ୟ ରାଜ୍ୟରେ ଏଭଳି ବର୍ଷା ଜାରି ରହିବ ବୋଲି ପାଣିପାଗ ବିଭାଗ ପକ୍ଷରୁ ଆକଳନ କରାଯାଇଛି। ବିଶେଷକରି ଦକ୍ଷିଣ ଉପକୂଳବର୍ତ୍ତୀ ଜିଲ୍ଲାଗୁଡ଼ିକର କେତେକ ସ୍ଥାନରେ ଘଡ଼ଘଡ଼ି ସହ ପ୍ରବଳ ବର୍ଷା ହେବା ନେଇ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।
ଏଥିପାଇଁ ୬ଟି ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ। ଏହି ଜିଲ୍ଲାଗୁଡ଼ିକ ହେଉଛି କୋରାପୁଟ, ନବରଙ୍ଗପୁର, ରାୟଗଡ଼ା, ଗଜପତି, କଳାହାଣ୍ଡି ଏବଂ କନ୍ଧମାଳ। ଏହି ଜିଲ୍ଲାଗୁଡ଼ିକର ଗୋଟିଏ କିମ୍ଵା ଦୁଇଟି ସ୍ଥାନରେ ଆସନ୍ତାକାଲି ପ୍ରବଳ ବର୍ଷା ହୋଇପାରେ ବୋଲି ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି।
Weather Forecast & Warning:-
(Valid up to 0830 hrs IST of 16.10.2020) pic.twitter.com/ZPTQ0pWHOq— Meteorological Centre, Bhubaneswar (@mcbbsr) October 15, 2020
ସେହିପରି ନବରଙ୍ଗପୁର, କୋରାପୁଟ, ରାୟଗଡ଼ା, କଳାହାଣ୍ଡି, କନ୍ଧମାଳ, ବୌଦ୍ଧ, ବଲାଙ୍ଗିର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ଜଗତ୍ସିଂହପୁର ଏବଂ କେନ୍ଦ୍ରାପଡ଼ା ଆଦି ଜିଲ୍ଲାଗୁଡ଼ିକରେ କାଲି ଘଡ଼ଘଡ଼ି ସହ ବର୍ଷା ହୋଇପାରେ ବୋଲି ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଦିଆଯାଇଛି।



















