ଓଡ଼ିଶାଲାଇଭ୍ ବ୍ୟୁରୋ

ଅକ୍ଟୋବର ୧୯ରେ ପୁଣି ଏକ ଲଘୁଚାପ ଦେଖିବ ଓଡ଼ିଶା। କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଏହି ଲଘୁଚାପ ପ୍ରଭାବରେ ରାଜ୍ୟର ବିଭିନ୍ନ ଅଞ୍ଚଳରେ ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ।

ଲଘଚାପୁ ପ୍ରଭାବରେ ଆସନ୍ତା ୧୮ ତାରିଖରୁ ରାଜ୍ୟର ବିଭିନ୍ନ ଅଞ୍ଚଳରେ ବର୍ଷା ଆରମ୍ଭ ହୋଇଯିବ। ରାଜ୍ୟରେ ଏହି ଲଘୁଚାପ ବର୍ଷା ଆସନ୍ତା ୨୧ ତାରିଖ ପର୍ଯ୍ୟନ୍ତ ଜାରି ରହିବ ବୋଲି କୁହାଯାଇଛି।୧୮ ତାରିଖରେ ବାଲେଶ୍ୱର, ଭଦ୍ରକ, କଟକ, ଜଗତସିଂହପୁର, ଯାଜପୁର, କେନ୍ଦ୍ରାପଡ଼ା, ଗଜପତି, ଗଞ୍ଜାମ, ଖୋର୍ଦ୍ଧା, ପୁରୀ ଓ ନୟାଗଡ଼ ଜିଲ୍ଲାର କିଛି ଅଞ୍ଚଳରେ ବର୍ଷା ହୋଇପାରେ ବୋଲି କୁହାଯାଇଛି। ସେଥିପାଇଁ ଏହି ସବୁ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ସେହିପରି ୧୯ ତାରିଖରେ ରାଜ୍ୟର ଗଞ୍ଜାମ ଓ ଗଜପତି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ। ଏଥିସହିତ ମାଲକାନଗିରି, କୋରାପୁଟ, ରାୟଗଡ଼ା ଓ ପୁରୀ ଜିଲ୍ଲାର କିଛି ଅଞ୍ଚଳରେ ବର୍ଷା ହେବା ନେଇ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ରାଜ୍ୟରେ ଏହି ଲଘୁଚାପ ବର୍ଷା ଆସନ୍ତା ଅକ୍ଟୋବର ୨୧ ତାରିଖ ପର୍ଯ୍ୟନ୍ତ ଜାରି ରହିବ।

Comment